‘ତ୍ରୁଟିପୂର୍ଣ୍ଣ ସାହିତ୍ୟ ଉତ୍ତର ପିଢ଼ି ପାଇଁ ଘାତକ’

ବଇଣ୍ଡା, ୭।୩(ଡି.ଏନ୍‌.ଏ.) – ତ୍ରୁଟିପୂର୍ଣ୍ଣ ସାହିତ୍ୟ ସର୍ଜନା ଉତ୍ତରପିଢ଼ି ପାଇଁ ଘାତକ। କେବଳ ଲୋକାଭିମୁଖୀ ରଚନା ଏବଂ ଶୁଦ୍ଧତା ସାହିତ୍ୟକୁ କାଳଜୟୀ କରିପାରିବ। ପାଠକଙ୍କୁ ଆକୃଷ୍ଟ କରିବା ଲାଗି ନୂଆପଣ ବିଶେଷ ସହାୟକ ହୋଇଥାଏ। ସାହିତ୍ୟ ସଂଖ୍ୟାତ୍ମକ ନ ହୋଇ ଗୁଣାତ୍ମକ ହେବା ସମୟର ଆଜିକାର ଆହ୍ବାନ ବୋଲି କିଶୋରନଗର ବ୍ଲକ ବଣିନାଳୀସ୍ଥିତ ବିଶ୍ୱ ଯୁବକେନ୍ଦ୍ର ପରିସରରେ ରବିବାର ଅନୁଷ୍ଠିତ ତ୍ରିଧାରା ସାହିତ୍ୟ ସଂସଦର ନବମ ବାର୍ଷିକ ଉତ୍ସବରେ ମତପ୍ରକାଶ ପାଇଛି।
ସଂସଦ ସଭାପତି ଶ୍ରୀବତ୍ସ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରମୋଦ ବେହେରା, ମୁଖ୍ୟବକ୍ତା ଡ. ସୁରେନ୍ଦ୍ରନାଥ ତ୍ରିପାଠୀ, ଅନ୍ୟତମ ଅତିଥି ସଂଗ୍ରାମ କେଶରୀ ପୃଷ୍ଟି, ସଞ୍ଜୟ ପଣ୍ଡା ଯୋଗଦେଇଥିଲେ। ଏହି ଉତ୍ସବରେ ସଂସଦର ମୁଖପତ୍ର ‘ତ୍ରିଧାରା’, ‘ତୁଳସୀ’ ସହ ୯ ପୁସ୍ତକ ଉନ୍ମୋଚନ ହୋଇଥିଲା। ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ୬ଜଣଙ୍କୁ ମାନପତ୍ର ଦେଇ ସମର୍ଦ୍ଧିତ କରାଯାଇଥିଲା। ସଂସଦର ସମ୍ପାଦକ ରମେଶ ଚନ୍ଦ୍ର ମିଶ୍ର, ସହ ସମ୍ପାଦକ ଘନଶ୍ୟାମ ସାହୁ, ନିତ୍ୟାନନ୍ଦ ବାରିକ, ବିନିତା ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri