‘ତ୍ରୁଟିପୂର୍ଣ୍ଣ ସାହିତ୍ୟ ଉତ୍ତର ପିଢ଼ି ପାଇଁ ଘାତକ’

ବଇଣ୍ଡା, ୭।୩(ଡି.ଏନ୍‌.ଏ.) – ତ୍ରୁଟିପୂର୍ଣ୍ଣ ସାହିତ୍ୟ ସର୍ଜନା ଉତ୍ତରପିଢ଼ି ପାଇଁ ଘାତକ। କେବଳ ଲୋକାଭିମୁଖୀ ରଚନା ଏବଂ ଶୁଦ୍ଧତା ସାହିତ୍ୟକୁ କାଳଜୟୀ କରିପାରିବ। ପାଠକଙ୍କୁ ଆକୃଷ୍ଟ କରିବା ଲାଗି ନୂଆପଣ ବିଶେଷ ସହାୟକ ହୋଇଥାଏ। ସାହିତ୍ୟ ସଂଖ୍ୟାତ୍ମକ ନ ହୋଇ ଗୁଣାତ୍ମକ ହେବା ସମୟର ଆଜିକାର ଆହ୍ବାନ ବୋଲି କିଶୋରନଗର ବ୍ଲକ ବଣିନାଳୀସ୍ଥିତ ବିଶ୍ୱ ଯୁବକେନ୍ଦ୍ର ପରିସରରେ ରବିବାର ଅନୁଷ୍ଠିତ ତ୍ରିଧାରା ସାହିତ୍ୟ ସଂସଦର ନବମ ବାର୍ଷିକ ଉତ୍ସବରେ ମତପ୍ରକାଶ ପାଇଛି।
ସଂସଦ ସଭାପତି ଶ୍ରୀବତ୍ସ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରମୋଦ ବେହେରା, ମୁଖ୍ୟବକ୍ତା ଡ. ସୁରେନ୍ଦ୍ରନାଥ ତ୍ରିପାଠୀ, ଅନ୍ୟତମ ଅତିଥି ସଂଗ୍ରାମ କେଶରୀ ପୃଷ୍ଟି, ସଞ୍ଜୟ ପଣ୍ଡା ଯୋଗଦେଇଥିଲେ। ଏହି ଉତ୍ସବରେ ସଂସଦର ମୁଖପତ୍ର ‘ତ୍ରିଧାରା’, ‘ତୁଳସୀ’ ସହ ୯ ପୁସ୍ତକ ଉନ୍ମୋଚନ ହୋଇଥିଲା। ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ୬ଜଣଙ୍କୁ ମାନପତ୍ର ଦେଇ ସମର୍ଦ୍ଧିତ କରାଯାଇଥିଲା। ସଂସଦର ସମ୍ପାଦକ ରମେଶ ଚନ୍ଦ୍ର ମିଶ୍ର, ସହ ସମ୍ପାଦକ ଘନଶ୍ୟାମ ସାହୁ, ନିତ୍ୟାନନ୍ଦ ବାରିକ, ବିନିତା ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri