ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ତ୍ରୁଟି

ବରୀ,୧୮ା୧(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଆବଣ୍ଟନ କ୍ଷେତ୍ରରେ ସ୍ବଚ୍ଛତା ବଜାୟ ପାଇଁ ନିର୍ଦ୍ଦିଷ୍ଟ ନିୟମ ଜାରି କରାଯାଇଛି। ମାତ୍ର ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ଲାଗିଥିବା ତାଲିକା ତ୍ରୁଟିପୂର୍ଣ୍ଣ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ତୁରନ୍ତ ସଂଶୋଧିତ ତାଲିକା ପ୍ରକାଶ କରିବାକୁ ଦାବି ହୋଇଛି।
ସୂଚନା ମୁତାବକ, ବିଗତ ଦିନରେ ପଞ୍ଜୀକୃତ ଥିବା ବ୍ଲକ୍‌ ଅଧୀନ ବିଭିନ୍ନ ପଞ୍ଚାୟତର ହିତାଧିକାରୀମାନେ ଏବେ ପଞ୍ଚାୟତ କାର୍ଯ୍ୟାଳୟରେ ଉପଲବ୍ଧ ହୋଇଥିବା ତାଲିକାରୁ ବଞ୍ଚତ୍ତ ହୋଇଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ତରଫରୁ ଏହି ଯୋଜନାରେ ନିଜ ଦଳର ସମର୍ଥତ୍ତ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। କିନ୍ତୁ ଏଥର ଆବାସ ଯୋଜନା ଆବଣ୍ଟନ ସ୍ବଚ୍ଛତା ରଖିବା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ଏହାକୁ ରାଜ୍ୟ ସରକାର କଡ଼ାକଡ଼ି ଭାବେ ପାଳନ କରୁଥିବା ଦେଖିବାକୁ ମିଳିଛି। ତେବେ ମୂଳ ତାଲିକାରେ ନାମ ନ ଥିବା କିଛି ଅବିବାହିତଙ୍କ ନାମ ଏବେ ପଞ୍ଚାୟତ ତାଲିକାରେ ରହିଥିବାରୁ ପ୍ରଶାସନର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷକରି ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟରେ ଲଗାଯାଉଥିବା ତାଲିକାକୁ ଉଦ୍ଦେଶ୍ୟମୂଳକ ଭାବେ କର୍ମଚାରୀ ଖୁବ୍‌ କମ୍‌ ସମୟ ମଧ୍ୟରେ ହଟାଇ ନେବା ଯୋଗୁ ହିତାଧିକାରୀ ସେମାନଙ୍କ ନାମ ଅଛି କି ନାହିଁ ତାହା ଜାଣିବାର ସୁଯୋଗ ପାଉନାହାନ୍ତି। ଆବାସ ଯୋଜନାରେ ସ୍ବଚ୍ଛତା ଆଣିବାକୁ ଟୋଲ୍‌ ଫି’ ନମ୍ବରରେ ବ୍ଲକ୍‌ ପ୍ରଶାସନ, ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରାଯାଇ ପାରିବ ବୋଲି ସୂଚନା ରହିଛି। ଏହି ମର୍ମରେ ବିଭିନ୍ନ ପଞ୍ଚାୟତର ରାଜନୈତିକ ନେତା ତାଙ୍କ ଦଳୀୟ କର୍ମୀଙ୍କୁ ଏହି ଯୋଜନାରେ ସାମିଲ କରିବାକୁ ଉଦ୍ୟମ କରୁଛନ୍ତି। ମାତ୍ର ପ୍ରଶାସନିକ ଅଧିକାରୀ ଏହି ତଦନ୍ତ ପ୍ରକ୍ରିୟାକୁ କିଭଳି ଭାବେ ସୁଚାରୁରୂପେ ସମ୍ପାଦନ କରିବେ ତାହା ସମୟ ହିଁ କହିବ। କେତେଜଣ ରାଜନେତାଙ୍କ ଚାପର ବଶବର୍ତ୍ତୀ ହୋଇ ତଦନ୍ତ ଦାୟିତ୍ୱରେ ଥିବା କିଛି ଅଧିକାରୀ ପଞ୍ଚାୟତସ୍ତରୀୟ ନେତାଙ୍କ ସହାୟତାରେ ଅର୍ଥ ଆଦାୟ କରିଥିଲେ। ମାତ୍ର ଏବେ ସରକାରୀ ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ପ୍ରଶାସନ ଅଣ୍ଟାଭିଡୁଥିବାରୁ ଏହା ସେମାନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଏ ସମ୍ପର୍କରେ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ଚିନ୍ମୟ ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ବିଭିନ୍ନ ପଞ୍ଚାୟତର ମୂଳ ତାଲିକା ସହ ପ୍ରକାଶିତ ତାଲିକାର ତାଳ ମେଳ ରହୁ ନ ଥିବା ଅଭିଯୋଗ ଆସିଛି। ତେଣୁ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଏହାକୁ ସଂଶୋଧିତ କରି ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri