ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ତ୍ରୁଟି

ବରୀ,୧୮ା୧(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଆବଣ୍ଟନ କ୍ଷେତ୍ରରେ ସ୍ବଚ୍ଛତା ବଜାୟ ପାଇଁ ନିର୍ଦ୍ଦିଷ୍ଟ ନିୟମ ଜାରି କରାଯାଇଛି। ମାତ୍ର ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ଲାଗିଥିବା ତାଲିକା ତ୍ରୁଟିପୂର୍ଣ୍ଣ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ତୁରନ୍ତ ସଂଶୋଧିତ ତାଲିକା ପ୍ରକାଶ କରିବାକୁ ଦାବି ହୋଇଛି।
ସୂଚନା ମୁତାବକ, ବିଗତ ଦିନରେ ପଞ୍ଜୀକୃତ ଥିବା ବ୍ଲକ୍‌ ଅଧୀନ ବିଭିନ୍ନ ପଞ୍ଚାୟତର ହିତାଧିକାରୀମାନେ ଏବେ ପଞ୍ଚାୟତ କାର୍ଯ୍ୟାଳୟରେ ଉପଲବ୍ଧ ହୋଇଥିବା ତାଲିକାରୁ ବଞ୍ଚତ୍ତ ହୋଇଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ତରଫରୁ ଏହି ଯୋଜନାରେ ନିଜ ଦଳର ସମର୍ଥତ୍ତ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। କିନ୍ତୁ ଏଥର ଆବାସ ଯୋଜନା ଆବଣ୍ଟନ ସ୍ବଚ୍ଛତା ରଖିବା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ଏହାକୁ ରାଜ୍ୟ ସରକାର କଡ଼ାକଡ଼ି ଭାବେ ପାଳନ କରୁଥିବା ଦେଖିବାକୁ ମିଳିଛି। ତେବେ ମୂଳ ତାଲିକାରେ ନାମ ନ ଥିବା କିଛି ଅବିବାହିତଙ୍କ ନାମ ଏବେ ପଞ୍ଚାୟତ ତାଲିକାରେ ରହିଥିବାରୁ ପ୍ରଶାସନର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷକରି ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟରେ ଲଗାଯାଉଥିବା ତାଲିକାକୁ ଉଦ୍ଦେଶ୍ୟମୂଳକ ଭାବେ କର୍ମଚାରୀ ଖୁବ୍‌ କମ୍‌ ସମୟ ମଧ୍ୟରେ ହଟାଇ ନେବା ଯୋଗୁ ହିତାଧିକାରୀ ସେମାନଙ୍କ ନାମ ଅଛି କି ନାହିଁ ତାହା ଜାଣିବାର ସୁଯୋଗ ପାଉନାହାନ୍ତି। ଆବାସ ଯୋଜନାରେ ସ୍ବଚ୍ଛତା ଆଣିବାକୁ ଟୋଲ୍‌ ଫି’ ନମ୍ବରରେ ବ୍ଲକ୍‌ ପ୍ରଶାସନ, ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରାଯାଇ ପାରିବ ବୋଲି ସୂଚନା ରହିଛି। ଏହି ମର୍ମରେ ବିଭିନ୍ନ ପଞ୍ଚାୟତର ରାଜନୈତିକ ନେତା ତାଙ୍କ ଦଳୀୟ କର୍ମୀଙ୍କୁ ଏହି ଯୋଜନାରେ ସାମିଲ କରିବାକୁ ଉଦ୍ୟମ କରୁଛନ୍ତି। ମାତ୍ର ପ୍ରଶାସନିକ ଅଧିକାରୀ ଏହି ତଦନ୍ତ ପ୍ରକ୍ରିୟାକୁ କିଭଳି ଭାବେ ସୁଚାରୁରୂପେ ସମ୍ପାଦନ କରିବେ ତାହା ସମୟ ହିଁ କହିବ। କେତେଜଣ ରାଜନେତାଙ୍କ ଚାପର ବଶବର୍ତ୍ତୀ ହୋଇ ତଦନ୍ତ ଦାୟିତ୍ୱରେ ଥିବା କିଛି ଅଧିକାରୀ ପଞ୍ଚାୟତସ୍ତରୀୟ ନେତାଙ୍କ ସହାୟତାରେ ଅର୍ଥ ଆଦାୟ କରିଥିଲେ। ମାତ୍ର ଏବେ ସରକାରୀ ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ପ୍ରଶାସନ ଅଣ୍ଟାଭିଡୁଥିବାରୁ ଏହା ସେମାନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଏ ସମ୍ପର୍କରେ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ଚିନ୍ମୟ ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ବିଭିନ୍ନ ପଞ୍ଚାୟତର ମୂଳ ତାଲିକା ସହ ପ୍ରକାଶିତ ତାଲିକାର ତାଳ ମେଳ ରହୁ ନ ଥିବା ଅଭିଯୋଗ ଆସିଛି। ତେଣୁ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଏହାକୁ ସଂଶୋଧିତ କରି ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri