ମ୍ୟାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ)- ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ଏହି ତ୍ରୁଟି ଦେଖି ଯେତିକି ଛାତ୍ରୀଛାତ୍ର ହରଡ଼ ଗଣାରେ ପଡ଼ିଛନ୍ତି, ତା’ଠାରୁ ଅଧିକ ବିଦ୍ୟାଳୟର ଶିକ୍ଷକମାନେ। ପ୍ରଶ୍ନପତ୍ର ନମୁନାରେ ଥିବା ବିଷୟ ଚଳିତ ବର୍ଷର ପାଠ୍ୟକ୍ରମରେ ନାହିଁ। ପରୀକ୍ଷା(ଫେବୃୟାରୀ ୨୦ ତାରିଖ)ମାତ୍ର ଆଉ କେତେଟା ମାସ ପରେ ଆରମ୍ଭ ହେବାକୁ ଥିବା ବେଳେ ଛାତ୍ରୀଛାତ୍ର ଏବେ ମଝି ନଈର ଦୁଇ ନାଆରେ ଗୋଡ଼ ରଖି ଚିନ୍ତାରେ। କାହାକୁ ପଢ଼ିବେ ନିଜ ପାଠ୍ୟକ୍ରମକୁ ନା ପ୍ରଶ୍ନପତ୍ର ନମୁନାକୁ ବୁଝି ପାରୁ ନାହାନ୍ତି।
ସୂଚନା ମୁତାବକ କିଛି ଦିନ ପୂର୍ବେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ୨୦୨୪ ରେ ହେବାକୁ ଥିବା ମାଟ୍ରିକ ବୋର୍ଡ ପରୀକ୍ଷା ପାଇଁ ୭୧ ପୃଷ୍ଠା ବିଶିଷ୍ଟ ଏକ ଚଳିତ ବର୍ଷ ପରୀକ୍ଷାରେ କିଭଳି ପ୍ରଶ୍ନ ଆସିବ ସେ ନେଇ ଏକ ନମୁନା ସମସ୍ତ ବିଦ୍ୟାଳୟକୁ ପଠାଇବା ପାଇଁ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଯେଉଁଥିରେ କିଛି ପ୍ରଶ୍ନ ଚଳିତ ବର୍ଷର ପାଠ୍ୟକ୍ରମରେ ନାହିଁ। ଯାହାକୁ ନେଇ ଏବେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସହ ସମସ୍ତ ଶିକ୍ଷକମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଯେଉଁ ବିଷୟ ଚଳିତ ବର୍ଷର ପାଠ୍ୟକ୍ରମରେ ନାହିଁ ଏବଂ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଇନାହିଁ ତାକୁ ଛାତ୍ରଛାତ୍ରୀ କିପରି ଅଭ୍ୟାସ କରିବେ। ଉକ୍ତ ୭୧ ପୃଷ୍ଠାର ନମୁନାରେ ଇଂଲିଶ ବିଭାଗର ପ୍ରଶ୍ନ ନଂ ୧, ୪, ୫, ୬, ୭, ୨୦, ୨୧ ଏବଂ ୨୨ ଚଳିତ ବର୍ଷ ଇଂଲିଶ ପାଠ୍ୟକ୍ରମରେ ନାହିଁ। ଉକ୍ତ ଆଠଟି ପ୍ରଶ୍ନପତ୍ର କିଛି ବର୍ଷ ପୂର୍ବରୁ ପାଠ୍ୟକ୍ରମରେ ଥିଲା କିନ୍ତୁ ଏବେ ସେ ବିଷୟ ଆଉ ପଢ଼ାଯାଉନାହିଁ। ଏହା ବୋର୍ଡ କର୍ତ୍ତୃପକ୍ଷଙ୍କ ତ୍ରୁଟି ନା ଆଉ କିଛି ବୁଝାପଡୁନି। କିଏ ଏ ପ୍ରଶ୍ନପତ୍ର କରିଥିଲେ କାହିଁକି ଏଭଳି ତ୍ରୁଟି ହେଲା, କିଏ ଏଥିପାଇଁ ଦାୟୀ, କିଏ ଏଭଳି ପିଲାଙ୍କ ଭବିଷ୍ୟତ ସହ ଖେଳିବାକୁ ସାହସ କଲା ଏ ନେଇ ତୁରନ୍ତ ମାଧ୍ୟମିକ ଶିକ୍ଷା ନିର୍ଦ୍ଧେଶାଳୟ କିମ୍ବା ବୋର୍ଡ ତରଫରୁ ସ୍ପଷ୍ଟୀକରଣ ଦେବାକୁ ମାଧ୍ୟମିକ ଶିକ୍ଷକ ସଙ୍ଘର ନେତା ପ୍ରଦୀପ୍ତ କୁମାର ପ୍ରଧାନ, ଅମରେନ୍ଦ୍ର ସ୍ବାଇଁ ପ୍ରମୁଖ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri