Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ବୁଧବାର ପଞ୍ଜାବର ଫିରୋଜପୁର ଯାଉଥିବାବେଳେ କୃଷକମାନେ ଏହାକୁ ବିରୋଧକରି ରାସ୍ତା ଅବରୋଧ କରିଥିଲେ। ଫଳରେ ମୋଦି ଏକ ଫ୍ଲାଏଓଭର ଉପରେ ପ୍ରାୟ ୨୦ ମିନିଟ ଧରି ଫସିରହିବା ପରେ ସଭା ବାତିଲକରି ଦିଲ୍ଲୀ ଫେରିଯାଇଥିଲେ। ଏଥିଲାଗି ଭାଜପା ପଞ୍ଜାବର କଂଗ୍ରେସ ସରକାର ଉପରେ ଦୋଷ ଲଦିଥିବାବେଳେ ଏହି ପ୍ରସଙ୍ଗରେ ଜାତୀୟ ରାଜନୀତି ସରଗରମ ହୋଇଛି। ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନ ହୁଏ ତାହା ସୁନିଶ୍ଚିତ କରିବା ଲାଗି ବରିଷ୍ଠ ଆଇନଜୀବୀ ମନିନ୍ଦର ସିଂ ଗୁରୁବାର ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର କରି ଏହାର ତ୍ୱରିତ ଶୁଣାଣି ନିମନ୍ତେ ପ୍ରାର୍ଥନା କରିଛନ୍ତି। ମନିନ୍ଦର କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ପଞ୍ଜାବ ପୋଲିସ ପକ୍ଷରୁ ନିଆଯାଇଥିବା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କିତ ସମସ୍ତ ପ୍ରମାଣ ସଂଗ୍ରହ କରିବା ଲାଗି ବଠିଣ୍ଡା ଜିଲା ଜଜ୍‌ଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏହି ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ନିବେଦନ କରିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭ. ରମନାଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ହିମା କୋହିଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଏନେଇ ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ଏଥିସହ ଶୁକ୍ରବାର ପ୍ରଥମେ ଏହି ପ୍ରସଙ୍ଗରେ ବିଚାର କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri