Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ବୁଧବାର ପଞ୍ଜାବର ଫିରୋଜପୁର ଯାଉଥିବାବେଳେ କୃଷକମାନେ ଏହାକୁ ବିରୋଧକରି ରାସ୍ତା ଅବରୋଧ କରିଥିଲେ। ଫଳରେ ମୋଦି ଏକ ଫ୍ଲାଏଓଭର ଉପରେ ପ୍ରାୟ ୨୦ ମିନିଟ ଧରି ଫସିରହିବା ପରେ ସଭା ବାତିଲକରି ଦିଲ୍ଲୀ ଫେରିଯାଇଥିଲେ। ଏଥିଲାଗି ଭାଜପା ପଞ୍ଜାବର କଂଗ୍ରେସ ସରକାର ଉପରେ ଦୋଷ ଲଦିଥିବାବେଳେ ଏହି ପ୍ରସଙ୍ଗରେ ଜାତୀୟ ରାଜନୀତି ସରଗରମ ହୋଇଛି। ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନ ହୁଏ ତାହା ସୁନିଶ୍ଚିତ କରିବା ଲାଗି ବରିଷ୍ଠ ଆଇନଜୀବୀ ମନିନ୍ଦର ସିଂ ଗୁରୁବାର ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର କରି ଏହାର ତ୍ୱରିତ ଶୁଣାଣି ନିମନ୍ତେ ପ୍ରାର୍ଥନା କରିଛନ୍ତି। ମନିନ୍ଦର କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ପଞ୍ଜାବ ପୋଲିସ ପକ୍ଷରୁ ନିଆଯାଇଥିବା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କିତ ସମସ୍ତ ପ୍ରମାଣ ସଂଗ୍ରହ କରିବା ଲାଗି ବଠିଣ୍ଡା ଜିଲା ଜଜ୍‌ଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏହି ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ନିବେଦନ କରିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭ. ରମନାଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ହିମା କୋହିଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଏନେଇ ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ଏଥିସହ ଶୁକ୍ରବାର ପ୍ରଥମେ ଏହି ପ୍ରସଙ୍ଗରେ ବିଚାର କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri