କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି । ଏହାକୁ ସ୍ଥାନୀୟ ବିଧାୟକ ରାମଚନ୍ଦ୍ର କାଡାମଙ୍କ ଦ୍ଵାରା ଉଦଘାଟନ ହୋଇଛି । କିନ୍ତୁ ଉକ୍ତ ଉଦଘାଟନରେ ଲଗା ଯାଇଥିବା ନାମ ଫଳକରେ ସରପଞ୍ଚ ଠାରୁ ଆରମ୍ଭ କରି ସମିତି ସଭ୍ୟା ଏବଂ ଗ୍ରାମର ନାମ ବନାନକୁ ଭୁଲ୍ ଲେଖାଯାଇଥିବା ନେଇ ଅସନ୍ତୋଷ ଦେଖାଯାଇଛି । ଓଡ଼ିଆ ଭାଷା ଓ ଅକ୍ଷର ପ୍ରତି ପ୍ରଶ୍ନ ସୃଷ୍ଟି କରିଛି ।

ସୂଚନା ଅନୁସାରେ, ବ୍ଲକ୍ ପ୍ରଶାସନ ପକ୍ଷରୁ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନିର୍ମାଣ ହୋଇଥିବା କ୍ଷୁଦ୍ର ପୋଲକୁ ଉଦଘାଟନ ନିମନ୍ତେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ କାଡାମ୍ ଯୋଗ ଦେଇ ଉଦଘାଟନ କରିଥିବା ବେଳେ ନାମ ଫଳକରେ ସରପଞ୍ଚ ମମିତା ବାଙ୍କା ଲେଖା ହେବା ସ୍ଥାନରେ ବାନଙ୍କା ଲେଖା ଥିବା ନେଇ ଉପସ୍ଥିତ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେହିପରି ନାମ ଫଳକରେ ଖଲି ସରପଞ୍ଚଙ୍କ ନାମ ଭୁଲ୍ ଲେଖା ହୋଇନାହିଁ ।

ପଞ୍ଚାୟତର ସମିତି ସଭ୍ୟା ରଞ୍ଜୁ ଗାଣ୍ଡେରି ସ୍ଥାନରେ ଗ୍ନାଡେରି ଲେଖା ହୋଇଥିବା ସହ ଗ୍ରାମର ନାମ ରାଇପାଡୁ ଲେଖା ହେବା ସ୍ଥାନରେ ରାଇଗାଡୁ ଲେଖା ହୋଇଛି । ରାଜ୍ୟ ସରକାର ଓଡ଼ିଆ ଭାଷା ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦେଉଥିବା ବେଳେ ଓଡ଼ିଆ ଭାଷାକୁ ଯିଏ ଭୁଲ ଲେଖିବ ତାକୁ ତଣ୍ଡ ଗଣିବାକୁ ପଡିବ ବୋଲି ନିର୍ଦ୍ଦେଶ ଜାରି କରିଛନ୍ତି । ସେପଟେ ଖୋଦ୍ ରାଜ୍ୟ ସରକାରଙ୍କ ଅଧିକାରୀ ଓ କର୍ମଚାରୀ ଓଡ଼ିଆ ବନାନକୁ କଦର୍ଯ୍ୟ ଭାବେ ଲେଖି ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କ ପ୍ରତି ଅସମ୍ମାନ କରିଥିବା ଦୃଶ୍ୟକୁ ନେଇ ଅସନ୍ତୋଷ ବଢିବାରେ ଲାଗିଥିବା ବେଳେ ଓଡିଆ ଅସ୍ମିତା ଉପରେ ପ୍ରଶ୍ନ ଉଠିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?