୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ତ୍ରୁଟି

କୁଜଙ୍ଗ,୨୭ା୬(ମନୋଜ ପ୍ରଧାନ): ଦଶମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ସ୍ବାଧୀନତା ସଂଗ୍ରାମ ଉପରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରାଯାଇଥିବା ନେଇ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ପୀତାମ୍ବର ତରାଇ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଦର୍ଶାଇଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ସ୍ବାଧୀନତା ଆନ୍ଦୋଳନର ଅନ୍ୟତମ ପରିଚୟ ହେଉଛି ଲବଣ ସତ୍ୟାଗ୍ରହ। ୧୯୩୦ରେ ଗାନ୍ଧିଜୀଙ୍କ ଦ୍ୱାରା ଡାକରା ଦିଆଯାଇଥିବା ଲବଣ ସତ୍ୟାଗ୍ରହରେ କୁଜଙ୍ଗର ଅବଦାନ ବିଶ୍ୱବିଦିତ। ଓଡ଼ିଶାର ଇଞ୍ଚୁଡ଼ି ପରି କୁଜଙ୍ଗର ସ୍ଥାନ ସ୍ବତନ୍ତ୍ର। ଇଂରେଜଙ୍କ ଭୟରେ ଯେତେବେଳେ ଲୋକେ ଘରୁ ବାହାରୁ ନ ଥିଲେ ସେତେବେଳେ କୁଜଙ୍ଗ ରାଜ୍ୟର ମହାରାଣୀ ଭାଗ୍ୟବତୀ ପାଟ ମହାଦେଈଙ୍କ ଆହ୍ବାନରେ ପ୍ରାୟ ୭ ହଜାର ମହିଳା ଲବଣ ସତ୍ୟାଗ୍ରହରେ ଯୋଗଦେଇ ଲୁଣ ମାରି ଆଇନ ଅମାନ୍ୟ କରିଥିଲେ। ଆନ୍ଦୋଳନରେ ଏତେ ସଂଖ୍ୟକ ମହିଳାଙ୍କ ଯୋଗଦାନ ସେତେବେଳେ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। କୁଜଙ୍ଗର କାଳିଆପାଟ ଏହି ଲବଣ ସତ୍ୟାଗ୍ରହର ଅଗ୍ରଗାମୀ ସ୍ଥାନ ଥିଲା। ସେହି ଏକା ସମୟରେ ରମାଦେବୀ, ନାରାୟଣ ବୀରବର ସାମନ୍ତ, ଦୁର୍ଯୋଧନ ପଟ୍ଟନାୟକ, ମନମୋହନ ଚୌଧୁରୀ ପ୍ରମୁଖଙ୍କ ନେତୃତ୍ୱରେ ଚଟୁଆର ବେଡ଼ି ମଠରେ ଏକତ୍ରିତ ହୋଇ ଲବଣ ସତ୍ୟାଗ୍ରହରେ ଅଂଶଗ୍ରହଣ କରିଥିଲେ। ଗାନ୍ଧିଜୀଙ୍କ ଦାଣ୍ଡି ଯାତ୍ରାକୁ ସଫଳ କରିଥିଲେ। ସେହିଦିନ ଇଂରେଜମାନେ ଅକଥନୀୟ ଅତ୍ୟାଚାର କରିଥିଲେ। କିନ୍ତୁ ଦଶମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଚଟୁଆ ବଦଳରେ ଗଡୁଆ, କାଳିଆପାଟ ବଦଳରେ କାଳିଘାଟ, ବଗଦିଆ ବଦଳରେ ବଗଡ଼ିଆ ଲେଖାଯାଇଥିବାରୁ ଏସବୁ ଗ୍ରାମରେ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଅସମ୍ମାନ ଓ କୁଜଙ୍ଗର ଐତିହ୍ୟ ପ୍ରତି ଅପମାନ। ଏହାଦ୍ୱାରା ଛାତ୍ରୀଛାତ୍ରଙ୍କ ମନରେ ଭୁଲ୍‌ ଧାରଣା ସୃଷ୍ଟି ହେଉଛି ବୋଲି ତରାଇ ପ୍ରେସ୍‌ ବିଜ୍ଞପ୍ତିରେ ଦର୍ଶାଇଛନ୍ତି। ତୁରନ୍ତ ତ୍ରୁଟି ସଂଶୋଧନ କରି ପାଠ୍ୟପୁସ୍ତକରେ ୩ ଗ୍ରାମର ଠିକ୍‌ ନାମ ଉଲ୍ଲେଖ କରିବା ପାଇଁ ସେ ସରକାରଙ୍କୁ ଅନୁରୋଧ କରିଛନ୍ତି। ଗଣଶିକ୍ଷା ବିଭାଗ ଏହାକୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନ ନେଲେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରାଯିବ ବୋଲି ସେଥିରେ ଦର୍ଶାଯାଇଛି। ସୂଚନାଯୋଗ୍ୟ, ୨୦୨୧ ସଂସ୍କରଣରେ ଏହି ତ୍ରୁଟି ହୋଇଥିଲେ ବି ତାହା ଏପର୍ଯ୍ୟନ୍ତ ସଂଶୋଧନ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?