ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣନ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri