‘ଶିକ୍ଷା ବ୍ୟବସ୍ଥାରେ ଥିବା ତ୍ରୁଟି ସଜାଡ଼ିବାକୁ ପଡ଼ିବ’

କଟକ ଅଫିସ,୨୯ା୪: ସରକାର ମଧୁସୂଦନ ଆଇନ କଲେଜକୁ ବିଶ୍ୱବିଦ୍ୟାଳୟ କରି ମଧୁବାବୁଙ୍କୁ ପ୍ରକୃତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଏକ ବର୍ଷ ମଧ୍ୟରେ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ଅନେକ ପରିବର୍ତ୍ତନ ଆସିଛି। ବିଶ୍ୱବିଦ୍ୟାଳୟର ନୂତନ ୧୫ଟି ଶ୍ରେଣୀଗୃହରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ। ସେଠାରେ ଅତ୍ୟାଧୁନିକ ବୋର୍ଡ, ମାଇକ୍‌ ବ୍ୟବସ୍ଥା, ଏସି ଲଗାଯିବ। ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ ଅନ୍ତର୍ଜାତୀୟସ୍ତରର ପାଠ ପଢିବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। କଟକସ୍ଥିତ ଏମ୍‌ଏଲ୍‌ୟୁର ପ୍ରଥମ ପ୍ରତିଷ୍ଠା ଦିବସ ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ସାହୁ ଯୋଗଦେଇ କହିଥିଲେ, ଆମ ଶିକ୍ଷା ବ୍ୟବସ୍ଥାରେ କିଛି ତ୍ରୁଟି ରହିଛି। ତାହାକୁ ଏବେ ଆମକୁ ସୁଧାରିବାକୁ ପଡିବ। କାରଣ ଏହାକୁ ଏକ ଭଲ ବିଶ୍ୱବିଦ୍ୟାଳୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଭବିଷ୍ୟତକୁ ଉଜ୍ୱଳମୟ କରିବା ପାଇଁ ଆମକୁ କଠୋର ନିଷ୍ପତ୍ତି ନେବାକୁ ପଡିବ ବୋଲି ସେ କହିଛନ୍ତି।
ଏମ୍‌ଏଲ୍‌ୟୁ ପ୍ରତିଷ୍ଠା ଦିବସ ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରଶାସନିକ କୋଠା ଉଦ୍‌ଘାଟନ କରାଯାଇଛି। ଏଥିସହ ଯୋବ୍ରା କ୍ୟାମ୍ପସରେ ନୂତନ କୋଠା ଓ ବିଶ୍ୱବିଦ୍ୟାଳୟ ପରିସରରେ ପିଜି କ୍ୟାମ୍ପସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କୋଠା ନିର୍ମାଣ କାର୍ଯ୍ୟ ଆସନ୍ତା ଦେଢବର୍ଷ ମଧ୍ୟରେ ଶେଷ ହେବ। ଏଥିସହ ଯୋବ୍ରା କ୍ୟାମ୍ପସର ପାଚେରି ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟର ସ୍ବତନ୍ତ୍ର ପାଠାଗାର ଓ ଗେଷ୍ଟ ହାଉସ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିଛି ଦିନ ମଧ୍ୟରେ ଏହାକୁ ଉଦ୍‌ଘାଟନ କରାଯିବ ବୋଲି ବିଶ୍ୱବିଦ୍ୟାଳୟ ଡିନ୍‌ ଏସ୍‌. କେ. ନନ୍ଦ ଘୋଷଣା କରିଛନ୍ତି। କୁଳପତି କମଲଜିତ ସିଂ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କହିଥିଲେ, ଏହି ଏକ ବର୍ଷ ମଧ୍ୟରେ ଅନେକ ଆହ୍ବାନର ସମ୍ମୁଖୀନ ହୋଇଛୁ। ରାଜ୍ୟ ସରକାର ମୋ ଉପରେ ଅନେକ ଅସ୍ଥା ଓ ବିଶ୍ୱାସ ରଖି ମତେ ଏଥିରେ ନିୟୋଜିତ କରିଛନ୍ତି। ସେଥିପାଇଁ ଏହି ବିଶ୍ୱବିଦ୍ୟାଳୟର ପ୍ରାଥମିକ ସ୍ତରରୁ ଦୃଢ ଭିତ୍ତିଭୂମି ସ୍ଥାପନ କରିବାକୁ ମୁଁ ଏବଂ ମୋ ଟିମ ସର୍ବଦା ଚେଷ୍ଟା କରିଛୁ। ଏଥିସହ ବିଶ୍ୱବିଦ୍ୟାଳୟ ପାଇଁ ଟିଚିଂ ଏବଂ ନନ୍‌ଟିଚିଂ ଷ୍ଟାପ ଲାଗି ୨୭୬ ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ, ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ମନୋରଞ୍ଜନ କର, ରେଜିଷ୍ଟ୍ରାର ନିରୁପମା ସ୍ବାଇଁ, ଡିନ୍‌ ଷ୍ଟୁଡେଣ୍ଟ ୱେଲଫେୟାର ଡ. ସତ୍ୟନାରାୟଣ ମଲ୍ଲିକ, ପରୀକ୍ଷା ନିୟନ୍ତ୍ରକ ଏସ.କେ. ଚାଟାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri