ଓଏସ୍‌ଏସ୍‌ଟିଇଟି ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ

କଟକ ଅଫିସ,୧୨।୪: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ମୂଲ୍ୟାୟନରେ ତ୍ରୁଟି ଥିବା ଅଭିଯୋଗ ଉଠିଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଏସ୍‌ଏସ୍‌ଟିଇଟିରେ କମ୍‌ ମାର୍କ ଯୋଗୁ ବହୁ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ପରୀକ୍ଷା ଖାତାକୁ ପୁଣିଥରେ ଯାଞ୍ଚ କରି ନୂତନ ଭାବେ ମୂଲ୍ୟାୟନ କରିବାକୁ ସେମାନେ ଦାବି କରିଛନ୍ତି। ଏ ନେଇ ସୋମବାର ବିଭିନ୍ନ ଜିଲାରୁ ପରୀକ୍ଷାର୍ଥୀମାନେ କଟକ ଆସି ବୋର୍ଡ ସଭାପତି ଏବଂ କ୍ରେଣ୍ଟାଲରଙ୍କୁ ଭେଟିଛନ୍ତି। ଅଭିଯୋଗ ମୁତାବକ, ବୋର୍ଡ ପକ୍ଷରୁ ୱେବସାଇଟରେ ଦିଆଯାଇଥିବା ଉତ୍ତରଖାତା ଅନୁଯାୟୀ ଯାହା ମାର୍କ ରହିଛି ତାହା ବୋର୍ଡର ମାର୍କ ସହ ସମାନ ରହୁନାହିଁ। ବଲାଙ୍ଗୀରର କୁମାରୀ ବେହେରାଙ୍କ କହିବା ଅନୁଯାୟୀ, ଉତ୍ତରଖାତାରେ ତାଙ୍କର ୭୨ ମାର୍କ ରହିଥିଲା। ହେଲେ ଫଳ ପାଇବା ପରେ ସମୁଦାୟ ୫୦ ମାର୍କ ଥିବା ସେ ଅଭିଯୋଗ କରିଛନ୍ତି। ବାଲେଶ୍ୱରର ସୌଭାଗ୍ୟ ରଞ୍ଜନ ପତିଙ୍କ ଓଏମ୍‌ଆର ଉତ୍ତରଖାତା ଅନୁଯାୟୀ ୭୧ ମାର୍କ ରହିଥିଲା। କିନ୍ତୁ ବୋର୍ଡର ରେଜଲ୍ଟରେ ତାଙ୍କର ୬୭ ମାର୍କ ଥିବାରୁ ସେ ଫେଲ ହୋଇଯାଇଛନ୍ତି। ବୋର୍ଡ ଉପସଭାପତି ନୀହାର ରଞ୍ଜନ ମହାନ୍ତି କହିଛନ୍ତି, ମାର୍କକୁ ନେଇ ଆପତ୍ତି ଥିଲେ ଲିଖିତ ଭାବେ ବୋର୍ଡକୁ ଜଣାନ୍ତୁ। ତ୍ରୁଟି ଥିଲେ ବିଚାରକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri