ଏରସମା-କାଣିପଦା ରାସ୍ତା ଶୋଚନୀୟ: ଅସୁବିଧାରେ ୩ ପଞ୍ଚାୟତ

ଏରସମା,୨୧ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ):ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତର ବାଳିକା ଉଚ୍ଚ ବିଦ୍ୟାଳୟଠାରୁ କାଣିପଦା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ୩ ପଞ୍ଚାୟତର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆରଡି ରାସ୍ତା ଏରସମାସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟଠାରୁ ବାହାରି କାଣିପଦା, ଓରେଇଶାଳ, ଅସରଣା, ଅରଡା, ଓରନାଳ, ତଳକୁସୁମା ଓ ମାଣପୁର ଗ୍ରାମ ଦେଇ କୋଠି ନିମୋଳ ଛକକୁ ସଂଯୋଗ କରିଛି। ୫ ବର୍ଷ ତଳେ ଏହି ରାସ୍ତା ଆରଡି ବିଭାଗ ପକ୍ଷରୁ ପିଚୁ କରାଯାଇଥିଲା। ଗତ ୨ ବର୍ଷ ତଳେ ହୋଇଥିବା ଲଗାଣ ବର୍ଷାରେ ଏହି ରାସ୍ତା ଧୋଇ ଯାଇଥିଲା। ଏହି ରାସ୍ତା ପୁନରୁଦ୍ଧାର ପାଇଁ ଗ୍ରାମବାସୀ ବହୁ ଆପତ୍ତି ଅଭିଯୋଗ କରିଥିଲେ। ମାତ୍ର ପରିତାପର ବିଷୟ, ଏହାକୁ ବିଚାରକୁ ନେଇ ଆରଡି ବିଭାଗ ପକ୍ଷରୁ କରାଯାଇଥିବା ପୁନରୁଦ୍ଧାର କାର୍ଯ୍ୟ କୋଠି ନିମୋଳ ଛକଠାରୁ କାଣିପଦା ଦେଇ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟକୁ ସଂଯୋଗ ନ କରି ପଲ୍ଲୀକଣ୍ଟା ପଞ୍ଚାୟତର କେନ୍ଦୁରୀଶାଳ ଓ ଶାଇଁତୋଳ ଗ୍ରାମକୁ ସଂଯୋଗ କରି ଦେଇଛନ୍ତି। ଫଳରେ କାଣିପଦା ଗ୍ରାମଠାରୁ ବାଳିକା ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ରାସ୍ତା ଅପରିବର୍ତ୍ତିତ ରହିଯାଇଛି।
ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହା ଉପରେ ନିର୍ଭର କରୁଥିବା ପଲିକଣ୍ଟା, କୃଷ୍ଣଚନ୍ଦ୍ରପୁର ଓ ଏରସମା ପଞ୍ଚାୟତର ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପାଇଁ ଏରସମାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବାଳିକା ଉଚ୍ଚ ବିଦ୍ୟାଳୟକୁ ଛାତ୍ରୀଛାତ୍ରମାନେ ପାଠ ପଢ଼ିବାକୁ ଆସି ପାରୁନାହାନ୍ତି। ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ପ୍ରସନ୍ନ କୁମାର କୁଅଁର, ଧ୍ୱଜରାଜ ଖଣ୍ଡୁଆଳ, ବଳରାମ ସେଠୀ, ଶୁକଦେବ ସ୍ବାଇଁ, ବାବାଜୀ ମଲ୍ଲିକ, ନିଖିଳ ବାରିକ ପ୍ରମୁଖ ଦାବି କରିଛନ୍ତି। ନଚେତ ବାଧ୍ୟ ହୋଇ ସେମାନେ ଆନ୍ଦାଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବୁଦ୍ଧନାଥ ସିଂଙ୍କୁ ପଚାରିବାରେ ସେ ଏଠାରେ ଯୋଗ ଦେବା ପୂର୍ବରୁ କାର୍ଯ୍ୟର ପୁନରୁଦ୍ଧାର କାର୍ଯ୍ୟ ପାଇଁ ବ୍ୟୟ ମଞ୍ଜୁର ହୋଇଯାଇଥିଲା। ବର୍ଷା ଋତୁ ଆସି ଯାଇଥିବାରୁ ଚଳିତ ବର୍ଷ ଏହି କାର୍ଯ୍ୟ କରିବା ସମ୍ଭବ ହେବ ନାହିଁ। ଆସନ୍ତ ବର୍ଷକୁ ମଞ୍ଜୁର ପାଇଁ ଆମେ ପ୍ରସ୍ତାବ ଦେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri