Posted inଜାତୀୟ

ଭାଜପା ବିରୋଧରେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଈଶ୍ୱରପ୍ପା

ବେଙ୍ଗାଲୁରୁ,୧୬।୩: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କେ.ଏସ .ଈଶ୍ୱରପ୍ପା ଶୁକ୍ରବାର (୧୫ ମାର୍ଚ୍ଚ) ଶିମୋଗା ଆସନରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ଆଗାମୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି। ତାଙ୍କ ପୁଅ କେ ଇ କାନ୍ତେଶଙ୍କୁ ହାଭେରୀ ନିର୍ବାଚନମଣ୍ଡଳୀରୁ ଟିକେଟ ଦିଆଯାଇ ନ ଥିବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଭାଜପାର ପୂର୍ବତନ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇଙ୍କୁ ହାଭେରୀ ଆସନରୁ ମଇଦାନକୁ ଓହ୍ଲାଯାଇଛି।
କନ୍ତେଶ୍ୱରଙ୍କୁ ଟିକେଟ ନ ମିଳିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପାଙ୍କୁ ଦାୟୀ କରିଛନ୍ତି। ୟେଦୁରପ୍ପାଙ୍କ ପୁଅ ବିଓ୍ବାଇ ରାଘବେନ୍ଦ୍ରଙ୍କୁ ଶିମୋଗାରୁ ପ୍ରାର୍ଥୀ କରିଛି ଭାଜପା। ଏହି ଆସନରୁ କଂଗ୍ରେସ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ବଙ୍ଗରପ୍ପାଙ୍କ ଝିଅ ଗୀତା ଶିବରାଜକୁମାରଙ୍କୁ ପ୍ରାର୍ଥୀ କରାଯାଇଛି। ଗୀତା କନ୍ନଡ ଚଳଚ୍ଚିତ୍ର ତାରକା ଶିବରାଜ କୁମାରଙ୍କ ପତ୍ନୀ।

ତାଙ୍କ ସମର୍ଥକଙ୍କ ଦ୍ୱାରା ଡକାଯାଇଥିବା ବୈଠକରେ ଇଶ୍ୱରପ୍ପା ଭାଜପା ବିରୋଧରେ ବିଦ୍ରୋହ ଘୋଷଣା କରି କହିଛନ୍ତି ଯେ ମୁଁ ଶିମୋଗା ଲୋକ ସଭା ନିର୍ବାଚନମଣ୍ଡଳୀରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି। କର୍ନାଟକରେ ଭାଜପା ପ୍ରତିଷ୍ଠା ଏବଂ ତା’ପରେ ମଜବୁତ କରିବାର ଶ୍ରେୟ ଇଶ୍ୱରପ୍ପା, ୟେଦୁରପ୍ପା ଏବଂ ସ୍ବର୍ଗତ ଏଚ ଏଚ ଅନନ୍ତ କୁମାରଙ୍କୁ ଦିଆଯାଇଛି।
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ ଭାଜପାର ସଂସଦୀୟ ବୋର୍ଡ ଏବଂ କେନ୍ଦ୍ରୀୟ ନିର୍ବାଚନ କମିଟିର ସଦସ୍ୟ ୟେଦୁରପ୍ପା ତାଙ୍କ ପୁଅକୁ ଟିକେଟ ଦେବାକୁ ନିଶ୍ଚିତ କରିଛନ୍ତି। କେବଳ ଏତିକି ନୁହେଁ, ସେମାନେ ତାଙ୍କ ବିଜୟ ନିଶ୍ଚିତ କରିବାକୁ ଅଭିଯାନ କରିବାକୁ ମଧ୍ୟ ପ୍ରତିଶୃତି ଦେଇଥିଲେ, କିନ୍ତୁ ବର୍ତ୍ତମାନ ସେ ସେମାନଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।
ସେ ଅଭିଯୋଗ କରିଛନ୍ତି ଯେ ଭାଜପାର ରାଜ୍ୟ ୟୁନିଟ ୟେଦୁରପ୍ପା ପରିବାରର କବଳରେ ଅଛି। ତାଙ୍କର ଜଣେ ପୁଅ ଏମପି ଏବଂ ଅନ୍ୟ ପୁଅ ଜଣେ ବିଧାୟକ ଏବଂ ରାଜ୍ୟ ସଭାପତି। ଏହି ସମୟରେ ଇଶ୍ୱରପ୍ପା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନୁହଁନ୍ତି ବୋଲି ବାରମ୍ବାର ଜୋର ଦେଇଛନ୍ତି। ସେ କହିଛନ୍ତି ଯେ ଯଦିଓ ମୁଁ ମୋର ଜୀବନ ହରାଇବି, ତଥାପି ମୁଁ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଯିବି ନାହିଁ। ଯଦି ତୁମେ ମୋର ହୃଦୟକୁ ଦେଖ, ଗୋଟିଏ ପଟେ ପ୍ରଭୁ ରାମ ଏବଂ ଅନ୍ୟ ପଟେ ମୋଦୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?