ବାଲେଶ୍ୱରରେ ହେବ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ

ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ଖୁବଶୀଘ୍ର ନିର୍ମାଣ ହେବାକୁ ଯାଉଛି ବୋଲି କେନ୍ଦ୍ର ଶ୍ରମ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଘୋଷଣା କରିଛନ୍ତି। ବିଶେଷକରି କେନ୍ଦ୍ର ସରକାରଙ୍କ ଶ୍ରମ ମନ୍ତ୍ରଣାଳୟ ଅଧୀନରେ ଥିବା ରାଜ୍ୟ କର୍ମଚାରୀ ବୀମା ନିଗମ(ଇଏସ୍‌ଆଇସି)ର ୧୯୦ତମ ସାଧାରଣ ବୈଠକ ସୋମବାର ଚଣ୍ଡୀଗଡ଼ଠାରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଅଧ୍ୟକ୍ଷତା କରିଥିବାବେଳେ ଉଭୟ ମନ୍ତ୍ରଣାଳୟ ଓ ଇଏସ୍‌ଆଇସିର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ବୈଠକରେ ଯୋଗ ଦେଇଥିଲେ। ଏଥିରେ ଦେଶର ଶ୍ରମିକଙ୍କ ସୁରକ୍ଷା ପାଇଁ ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ବେଳେ ଶ୍ରମଜୀବୀଙ୍କ ପାଇଁ ବିଭିନ୍ନ ପଦକ୍ଷେପ ବିଷୟରେ ବିସ୍ତୃତ ଆଲୋକପାତ କରିଥିଲେ। ଏହି ଅବସରରେ ବାଲେଶ୍ୱର ସମେତ ଦେଶର ୧୨ଟି ସ୍ଥାନରେ ଇଏସ୍‌ଆଇସି ହସ୍ପିଟାଲ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀ ମଧ୍ୟ ଦେଶର ଶ୍ରମଜୀବି ଭାଇ ଭଉଣୀଙ୍କୁ ଉପଯୁକ୍ତ ସେବା ଓ ସୁବିଧା ଯୋଗାଇ ଦେବା ପାଇଁ ଉଭୟ ମନ୍ତ୍ରଣାଳୟ ଓ ନିଗମକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ଶ୍ରମଜୀବୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଦେଶର ବିଭିନ୍ନ ରାଜ୍ୟରେ ନୂତନ ଇଏସ୍‌ଆଇସି ହସ୍ପିଟାଲ ଖୋଲିବା ସହ ପୁରୁଣା ଇଏସ୍‌ଆଇସି ହସ୍ପିଟାଲର ଉନ୍ନତୀକରଣ ପାଇଁ ମଧ୍ୟ ସରକାର ମଞ୍ଜୁର ଦେଇଥିବା ଶ୍ରମ ମନ୍ତ୍ରୀ ଉକ୍ତ ବୈଠକରେ ମତପ୍ରକାଶ କରିଥିଲେ।
ଓଡ଼ିଶାର ବାଲେଶ୍ୱର ବ୍ୟତୀତ କର୍ନାଟକର ବେଲାଗାଭି, ତେଲଙ୍ଗାନାର ସାମସାବାଦ, ମହାରାଷ୍ଟ୍ରର ବାରମତି, ରାଜସ୍ଥାନର ଆଜମେର ନିକଟସ୍ଥ କିଶନଗଡ଼ରେ ୧୦୦ ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ହେବ। ସେହିପରି ଆନ୍ଧ୍ର ପ୍ରଦେଶର କୁର୍ନୁଲଠାରେ ୩୦ବେଡ୍‌ ବିଶିଷ୍ଟ ଇଏସଆଇସି ହସ୍ପିଟାଲ ହେବ। ଅପରପକ୍ଷରେ ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାଠାରେ ମଧ୍ୟ ଏକ ୩୫୦ ବେଡେଡ୍‌ ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ହେବାର ଘୋଷଣା କରାଯାଇଛି। ଅପରପକ୍ଷରେ ସିକିମ୍‌ର ରଙ୍ଗୋପାଠାରେ ଅବସ୍ଥିତ ୩୦ ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲକୁ ୧୦୦ ଶଯ୍ୟାକୁ ବୃଦ୍ଧି କରାଯିବ। ଏପରିକି ରାଜ୍ୟ ସରକାରଙ୍କ ଚିକିତ୍ସାଳୟ ଯଥା ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ନିକଟସ୍ଥ ଗୁଣ୍ଡାଲା ଏବଂ ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଅବସ୍ଥିତ ସରକାରୀ ଚିକିତ୍ସାଳୟକୁ ବର୍ତ୍ତମାନ ଇଏସ୍‌ଆଇସି ଦ୍ୱାରା ପ୍ରତ୍ୟକ୍ଷ ଭାବେ ପରିଚାଳନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri