ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଏସ୍‌ମା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସରକାରୀ ଡାକ୍ତରଖାନାରେ ନିୟୋଜିତ ନର୍ସ, ଫାର୍ମାସିଷ୍ଟ, ପାରାମେଡିକ୍‌, ଟେକ୍ନିସିଆନ୍‌ଙ୍କ ଉପରେ ରାଜ୍ୟ ସରକାର ସୋମବାର ଅତ୍ୟାବଶ୍ୟକ ସେବା ଏବଂ ପରିଚାଳନା ଆଇନ(ଏସ୍‌ମା) ଲାଗୁ କରିଛନ୍ତି। ଏଥିସହିତ ସ୍ବାସ୍ଥ୍ୟ ସେବାରେ ଜଡ଼ିତ ଅନ୍ୟ ତୃତୀୟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସମେତ ଠିକା କର୍ମଚାରୀଙ୍କ ଉପରେ ଏହି ନିର୍ଦ୍ଦେଶ ଲାଗୁ ହେବ। ଜରୁରୀ ସେବାରେ ବ୍ୟାଘାତ ନ ଘଟାଇବା ପାଇଁ ଆସନ୍ତା ୬ମାସ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସ୍ବାସ୍ଥ୍ୟ କର୍ମଚାରୀମାନେ ସେମାନଙ୍କ ଦାବି ପାଇଁ ଆନ୍ଦୋଳନକୁ ଓହ୍ଲାଇବା ବାଟ ବନ୍ଦ ହୋଇଯାଇଛି। ଗୃହ ବିଭାଗ ଏସ୍‌ମା ଆଇନ ୧୯୮୮ ଅନୁଯାୟୀ ଏହି ନିର୍ଦ୍ଦେଶନାମା ଲାଗୁ କରାଯାଇଛି।
ସେହିପରି ଜିଲା ମୁଖ୍ୟାଳୟ, ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଠିକା କର୍ମଚାରୀ ଅଥବା ପରିଚାଳନାରେ ନିୟୋଜିତ ଥିବା କର୍ମଚାରୀମାନେ ମଧ୍ୟ ଧାରଣା ଦେଇପାରିବେ ନାହିଁ। ଏହାବାଦ୍‌ ବିଭିନ୍ନ ମେଡିକାଲ କଲେଜ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର, ଆଞ୍ଚଳିକ ମେରୁଦଣ୍ଡ ଆଘାତ କେନ୍ଦ୍ର, କାରାଗାର ଓ ପୋଲିସ ଚିକିତ୍ସାଳୟ ଆଦି ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ମଧ୍ୟ ଏହି ନିୟମ କଡ଼ାକଡ଼ି ଭାବେ ଲାଗୁ ହେବ। ଏଥିସହିତ କର୍ମଚାରୀମାନେ ବିନା ଅନୁମତିରେ ଛୁଟିରେ ରହିପାରିବେ ନାହିଁ।
ଅପରପକ୍ଷରେ ଏହି ନିର୍ଦ୍ଦେଶନାମା ଜାରି କରି ସରକାର ସ୍ବାସ୍ଥ୍ୟକର୍ମୀଙ୍କ କଣ୍ଠରୋଧ କରିବା ପାଇଁ ଉଦ୍ୟମ କରିଛନ୍ତି ବୋଲି ଫାର୍ମାସିଷ୍ଟ ଓ ନର୍ସ ସଂଘ କହିଛନ୍ତି। ସଂଘ ସଭାପତି ସୁଚିସ୍ମିତା ଦାଶ ଓ ସମ୍ପାଦକ ସବ୍ୟସାଚୀ ପଣ୍ଡା କହିଛନ୍ତି, ଯେଉଁ କଟକଣା ଜାରି କରାଗଲା, ଏହା ଠିକ୍‌ ନୁହେଁ। ସେମାନେ ମଧ୍ୟ ମଣିଷ। ସେମାନଙ୍କ ପ୍ରତି ହେଉଥିବା ଦରମା ଅସଙ୍ଗତି ଦୂର ଏବଂ ଚାକିରି ନିୟମିତ କରିବା ଦାବିକୁ ଠିକ୍‌ଭାବେ ସରକାର ଲାଗୁ କରୁନାହାନ୍ତି। ୨୦୧୩ ପୂର୍ବରୁ ଠିକାରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ଏ ପର୍ଯ୍ୟନ୍ତ ସରକାର ସ୍ଥାୟୀ କରି ନାହାନ୍ତି। ସରକାରଙ୍କ ଐତିହାସିକ ନିଷ୍ପତ୍ତିରେ ସେମାନଙ୍କୁ ନ୍ୟାୟ ମିଳିଲାନି। ଯଦି ସରକାର କଟକଣା ଲାଗୁ କରୁଛନ୍ତି, ତେବେ ଏହା ପୂର୍ବରୁ କର୍ମଚାରୀଙ୍କ ସ୍ବାର୍ଥ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବାର ଥିଲା। ସଂଘ ୧୨ଦଫା ଦାବି ନେଇ ସୋମବାର ଲୋୟର ପିଏମ୍‌ଜିରେ ଆନ୍ଦୋଳନ କରିବାକୁ ସ୍ଥିର କରିଥିଲା। ହେଲେ ସରକାର ଏଥିଲାଗି ଅନୁମତି ଦେଇନାହାନ୍ତି। ଆଲୋଚନା କରି ସେମାନଙ୍କ ସମସ୍ୟା ସମାଧାନ କରା ନ ଯାଇ ଓଲଟା ସେମାନଙ୍କ କଣ୍ଠରୋଧ କରାଯାଉଛି। ତେଣୁ ଆଗକୁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ଜରିଆରେ ସରକାରଙ୍କୁ ପ୍ରତିବାଦମୂଳକ ଦାବିପତ୍ର ପ୍ରଦାନ କରାଯିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri