ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ

ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍‌ ଦର ବୃଦ୍ଧି ପାଇବ। ତଦନୁସାରେ ପରିବହନଜନିତ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିବ। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଆହୁରି ମହଙ୍ଗା ହେବ। ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବାରେ ଲାଗିଥିବାରୁ ବିଦେଶୀ ସଂସ୍ଥାଗତ ନିବେଶକ (ଏଫ୍‌ଆଇଆଇ)ମାନେ ଭାରତୀୟ ପୁଞ୍ଜି ବଜାରରୁ ଓହରିବାରେ ଲାଗିଛନ୍ତି। ଫଳରେ ସେନ୍‌ସେକ୍ସ ଓ ନିଫ୍ଟି ସୂଚକାଙ୍କ କ୍ରମାଗତ ଭାବେ ଧରାଶାୟୀ ହେବାରେ ଲାଗିଛି। ରବିବାର ଡଲାର ତୁଳନାରେ ଭାରତୀୟ ମୁଦ୍ରାର ବିନିମୟ ମୂଲ୍ୟ ୭୬.୩୭ ଟଙ୍କା ଥିବାବେଳେ ୟୁରୋ ତୁଳନାରେ ଏହା ୮୩.୪୮ ଟଙ୍କା ରହିଛି। ସୋମବାରଠାରୁ ଏହି ମୂଲ୍ୟ ଆହୁରି ତଳକୁ ଖସିବା ଆଶଙ୍କା କରାଯାଉଛି। ଭାରତ ରୁଷିଆଠାରୁ ୨୦୨୧ରେ ୪୩,୪୦୦ ବିପିଡି (ବ୍ୟାରେଲ ପର୍‌ ଡେ) ଆମଦାନୀ କରିଛି, ଯାହାକି ମୋଟ ଆମଦାନୀର ୧%। ସେହିପରି ଗତବର୍ଷ ୧.୮ ନିୟୁତ ଟନ୍‌ କୋଇଲା ମଧ୍ୟ ଭାରତ ରୁଷିଆରୁ ଆମଦାନୀ କରିଥିଲା। ପ୍ରାକୃତିକ ବାଷ୍ପ କ୍ଷେତ୍ରରେ ରୁଷିଆରୁ ଭାରତ ୦.୨% ଆମଦାନୀ କରିଥାଏ। ରୁଷିଆର ସରକାରୀ କମ୍ପାନୀ ଗାଜ୍‌ପ୍ରୋମ୍‌ ସହ ଗେଲ୍‌ ଇଣ୍ଡିଆ ୨୦ ବର୍ଷ ପାଇଁ ଚୁକ୍ତିବଦ୍ଧ ହୋଇଛି। ଉକ୍ତ ଚୁକ୍ତି ଅନୁସାରେ୨୦୧୮ରୁ ରୁଷିଆଠାରୁ ବାର୍ଷିକ ୨.୫ ନିୟୁତ ଟନ୍‌ ଲିକ୍ୱିଫାଏଡ୍‌ ନାଚୁରାଲ ଗ୍ୟାସ୍‌ (ଏଲ୍‌ଏନ୍‌ଜି) ଭାରତକୁ ଆସୁଛି। ଯୁଦ୍ଧ ପରିପ୍ରେକ୍ଷୀରେ କୃଷ୍ଣ ସାଗରରେ ଜାହାଜ ଚଳାଚଳ ବାଧାପ୍ରାପ୍ତ ହୋଇଥିବାରୁ ଆମଦାନୀ ଉପରେ ପ୍ରଭାବ ପଡ଼ିବ। ଯୁଦ୍ଧ ଆରମ୍ଭରୁ ଭାରତରେ ଖାଇବା ତେଲ, ଡାଲି ଓ ଅନ୍ୟ ଜରୁରୀ ସାମଗ୍ରୀ ଦରଦାମ୍‌ ବଢ଼ିଥିବାବେଳେ ଆଗକୁ ସ୍ଥିତି ଆହୁରି ଜଟିଳ ହେବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri