ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯାଉ

କେନ୍ଦ୍ରାପଡ଼ା ଅଫିସ,୫।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାରହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକଶନ ଆଣ୍ଡ ମାନଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଥିଲା। ସୋସାଇଟି ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ଦାବି ହୋଇଛି। ଏଥିରେ ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଅଶୋକ କୁମାର ସ୍ବାଇଁ, ପ୍ରଭୁପ୍ରସାଦ ମହାପାତ୍ର, ଆଶିଷ କୁମାର ସେନାପତି ଆଲୋଚକ ଭାବେ ଯୋଗ ଦେଇଥିଲେ। ସେମାନେ କହିଥିଲେ, ଜାତୀୟ ଉଦ୍ୟାନ ଭିତରକନିକାର ଜୈବବିବିଧତା ପରି ଏଠାରେ ଧଳା ବଉଳା କୁମ୍ଭୀର, ଡଲ୍‌ଫିନ, ଅଲିଭ୍‌ ରିଡ୍‌ଲେ, ଅକ୍ଟୋପସ୍‌, ନୀଳରକ୍ତ କଙ୍କଡ଼ା, ଶାମୁକା ଆଦି ବିଶ୍ୱ ପ୍ରସିଦ୍ଧ। ତେବେ ଏମାନଙ୍କ ଜୀବନଚର୍ଯ୍ୟା, ସ୍ଥାନୀୟ ପରିବେଶ, ଔଷଧୀୟ ଗୁଣବତ୍ତା ଆଦି ରହସ୍ୟ ଘେରରେ ଅଛି। ନିର୍ଦ୍ଦିଷ୍ଟ ସମୟରେ ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଏହି ଅଞ୍ଚଳକୁ ଆଗମନ, ଅଣ୍ଡାଦାନ ପରେ ମାଈ କଇଁଛଙ୍କ ପଳାୟନ, ଦେଢ଼ମାସ ପରେ ଶାବକଙ୍କ ପଶ୍ଚାତ୍‌ଗମନ ଆଦି ଏବେବି ରହସ୍ୟ ଘେରରେ ରହିଛି। ସେହିପରି ପୁରୀର କୋଣାର୍କ ନିକଟ ରାମଚଣ୍ଡୀ ତଟାଦେଶରେ ୨୦୧୨ରୁ ଅଦ୍ୟାବଧି ଏମାନେ ଦେଖା ନ ଦେବା କାରଣ ଖୋଜିବା ସହ ଗବେଷଣାଗାରରେ ଏହି ସାମୁଦ୍ରିକ ଜୀବର ଜୀବନଚକ୍ର ଅନୁଧ୍ୟାନ ହୋଇପାରିବ। ସେହିପରି ଏହି ଅଞ୍ଚଳର ବିରଳ ଧଳା କୁମ୍ଭୀର ଗୋରୀ ଏହାର ରଙ୍ଗ ପାଇଁ ବିଶ୍ୱ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଗୋରୀ କୁମ୍ଭୀର ଡାଙ୍ଗମାଳର ଆବଦ୍ଧ ସୀମାରେ ଥିଲେ ମଧ୍ୟ ଚଳିତବର୍ଷ ୧୬ ଧଳା କୁମ୍ଭୀରଙ୍କ ଗଣନା ହୋଇଛି, ଯାହା ଗବେଷକଙ୍କ ଗବେଷଣା ପାଇଁ ଆହ୍ବାନ କରୁଛି। ଅପରପକ୍ଷରେ ଏଠାରେ ଦେଖାଯାଉଥିବା ଜେଲିଫିସ୍‌, ଡଲ୍‌ଫିନ, ଅକ୍ଟୋପସ୍‌ ଆଦି ସାମୁଦ୍ରିକ ଜୀବ ସମ୍ପର୍କରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ଅଧିକ ସଚେତନତା ସୃଷ୍ଟିର ଆବଶ୍ୟକତା ଅଛି। ସେହିପରି ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏଠାରେ ଏକ ଆହ୍ବାନ ହୋଇଛି। ଏହି କଙ୍କଡ଼ା ଓ ଶାମୁକାରୁ ପ୍ରସ୍ତୁତ ଔଷଧ ମାନବ ସମାଜ ପାଇଁ କେତେଦୂର ଉପଯୋଗୀ ହୋଇପାରିବ, ତାହାର ଗବେଷଣା ଜରୁରୀ ହୋଇପଡିଛି। ଅପରପକ୍ଷରେ ତଟକ୍ଷୟ ଏଠାରେ ଉଗ୍ରରୂପ ଧାରଣ କରିଛି। ଏହାର ନିରାକରଣ ସମ୍ପର୍କରେ ଗବେଷଣା ହୋଇପାରିବ। ସାମୁଦ୍ରିକ ଜୀବଙ୍କ ସୁରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଜାତୀୟ ଉଦ୍ୟାନ ମଧ୍ୟରେ ଏକ ଗବେଷଣାଗାର ପ୍ରତିଷ୍ଠା ପାଇଁ ସେମାନେ ଏହି ଆଲୋଚନା ଚକ୍ରରେ ଦାବି କରିଛନ୍ତି। ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ ଏହି ପ୍ରସ୍ତାବକୁ ସ୍ବାଗତ କରିଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri