ଅନ୍ଧାରୁଆରେ ହେବ ଟିକା ପ୍ରସ୍ତୁତ ୟୁନିଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଟିକା ତିଆରି ୟୁନିଟ୍‌ ସ୍ଥାପନ ହେବ। ଏଥିରେ ୩୦୦ କୋଟି ଟଙ୍କାର ପୁଞ୍ଜିନେବଶ କରାଯିବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୫ଦିନ ମଧ୍ୟରେ ଏହାର ଭିତ୍ତିଭୂମି କାର୍ଯ୍ୟ ଆରମ୍ଭ ହେବ। ନିର୍ଦ୍ଧାରିତ ସମୟରେ ଉତ୍ପାଦନ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଟିକା ୟୁନିଟ୍‌ ପାଇଁ ସୂଚନା ପ୍ରଯୁକ୍ତି ବିଦ୍ୟା, ଅନ୍ୟାନ୍ୟ ସୁବିଧା ସହ ପ୍ରଥମ ପର୍ଯ୍ୟାୟ ନିର୍ମାଣ କାର୍ଯ୍ୟରେ ସହଯୋଗ ଯୋଗାଇବାକୁ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିମିଟେଡ (ବିବିଆଇଏଲ୍‌)କୁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି। ଏଥିଲାଗି ବିବିଆଇଏଲ ସ୍ଥାନୀୟ ଷ୍ଟାଟ୍‌ଅପକୁ ପ୍ରୋତ୍ସାହିତ କରିବାକୁ ଅନୁରୋଧ କରିଥିଲା। ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ ସିଂ କହିଛନ୍ତି, ଅନ୍ଧାରୁଆରେ ବାୟୋଟେକ୍‌ ପାର୍କରେ ଜମି ସୁବିଧା ରହିଛି। କୋଠା ନିର୍ମାଣ ଡିଜାଇନ୍‌ ପ୍ଲାନ ଅନୁମୋଦନ ହୋଇସାରିଛି। ଓଡ଼ିଶାର ଷ୍ଟାର୍ଟଅପ୍‌ଗୁଡିକ ଭଲ କାମ କରୁଛନ୍ତି। ପ୍ରାୟ ୭୭୪ ଷ୍ଟାର୍ଟଅପ୍‌ ବିଭିନ୍ନ ଇନକ୍ୟୁବେଶନ ସେଣ୍ଟରରେ କାର୍ଯ୍ୟ ଆରମ୍ଭ କରିଛନ୍ତି। ୬୫ ଷ୍ଟାର୍ଟଅପ୍‌ ପେଟେଣ୍ଟ, ଟ୍ରେଡ୍‌ ମାର୍କ ଏବଂ କପି ରାଇଟ୍‌ ନେଇସାରିଛନ୍ତି। ସେଥିରୁ ୭୫ ଷ୍ଟାର୍ଟଅପ୍‌ ବାୟୋଟେକ୍‌ ଏବଂ ସ୍ବାସ୍ଥ୍ୟକ୍ଷେତ୍ର ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ବିବିଆଇଏଲ୍‌ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଣା ଏଲ୍ଲା କହିଛନ୍ତି, ବିବିଆଇଏଲ୍‌ ହଇଜା, ମ୍ୟାଲେରିଆ ଓ ଜାପାନୀ ଜ୍ୱର ସମେତ ଅନ୍ୟ ମହାମାରୀ ରୋଗର ଟିକା ଉତ୍ପାଦନ କରିଥାଏ। ଅନ୍ଧାରୁଆରେ ହେବାକୁ ଥିବା ୟୁନିଟ୍‌ରେ କୋଭିଡ୍‌, ମ୍ୟାଲେରିଆ ସହ ୧୦ରୁ ଊର୍ଦ୍ଧ୍ୱ ପ୍ରକାରର ଟିକା ପ୍ରସ୍ତୁତ କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଉକ୍ତ କମ୍ପାନୀକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରତିଶ୍ରୁତି ଦେଇଛନ୍ତି। ଏଥିରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ୍‌ ସାଇନ୍ସର ନିର୍ଦ୍ଦେଶକ ଅଜୟ ପରିଡାଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?