ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୧୭।୧୨(ବ୍ୟୁରୋ): ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ବହୁ ଓକିଲଙ୍କୁ ବନ୍ଧାଯାଇଛି। ଅନେକ ଓକିଲଙ୍କ ଲାଇସେନ୍ସ ମଧ୍ୟ ବାତିଲ ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର କୋର୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ଗରିବ ଲୋକମାନେ ହଇରାଣ ହେଉଛନ୍ତି। ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ ସ୍ବାଭାବିକ ସ୍ଥିତି ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ତକ୍ଷେପ କରନ୍ତୁ ବୋଲି ଭାଜପା ଏମ୍‌ପିମାନେ ଦାବି କରିଛନ୍ତି। ଅନ୍ୟପଟେ ବିଜେଡି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବାକୁ ପଛାଇ ନାହିଁ। ଏହି ଘଟଣାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜନୀତି ଜୋର୍‌ ଧରିଥିବା ବେଳେ କଂଗ୍ରେସ ବି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି।
ଭାଜପା ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏମ୍‌ପି ସୁରେଶ ପୂଜାରୀ କହିଛନ୍ତି, ସମ୍ବଲପୁରରେ ଏଭଳି ଅଭାବନୀୟ ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ। ଠିକ୍‌ ସମୟରେ ପଦକ୍ଷେପ ନିଆଯାଇଥିଲେ ଏହାକୁ ଏଡ଼ାଇ ହୋଇଥାନ୍ତା। ମୁଖ୍ୟମନ୍ତ୍ରୀ ଏହି ବାବଦରେ ରାଜ୍ୟପାଳ କିମ୍ବା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସହ କୌଣସି ପ୍ରକାର ଆଲୋଚନା କଲେନାହିଁ। ଏନେଇ ପୂର୍ଣ୍ଣାଙ୍ଗ ପ୍ରସ୍ତାବ କେନ୍ଦ୍ରକୁ ମଧ୍ୟ ପଠାଇଲେ ନାହିଁ। ଫଳରେ ଏପରି ହିଂସାତ୍ମକ ଘଟଣା ଘଟିଗଲା। ଏହି ମାମଲାରେ ଏବେବି ପୋଲିସ କାର୍ଯ୍ୟାନୁଷ୍ଠାନ ଜାରି ରହିଥିବାରୁ ଏହାକୁ ନେଇ ସମ୍ବଲପୁର ସହରରେ ଉତ୍ତେଜନା ଲାଗି ରହିଛି। ରାଜ୍ୟ ଗୃହ ବିଭାଗର ମୁଖ୍ୟ ହିସାବରେ ତୁରନ୍ତ ଓକିଲଙ୍କ ଗିରଫଦାରି ବନ୍ଦ କରାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭାଜପା ଏମ୍‌ପିମାନେ ଏକ ସ୍ମାରକପତ୍ର ଦେଇଛନ୍ତି। ପୂଜାରୀ ଆହୁରି କହିଛନ୍ତି, ପୂର୍ବରୁ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନିମନ୍ତେ କେନ୍ଦ୍ର ସରକାର ଓ ଆଇନମନ୍ତ୍ରୀ ବାରମ୍ବାର ଦେଇଥିବା ପତ୍ରର ଉତ୍ତର ମୁଖ୍ୟମନ୍ତ୍ରୀ ଦେଇନାହାନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସମସ୍ତଙ୍କ ପକ୍ଷେ ଗ୍ରହଣଯୋଗ୍ୟ, ହେଲେ ଏବେ ରାଜ୍ୟ ସରକାର ସ୍ଥିତିକୁ ସମ୍ଭାଳି ପୂର୍ବାବସ୍ଥା ଫେରାଇ ଆଣିବାକୁ ତତ୍ପର ହେବା ପରିବର୍ତ୍ତେ ଚୁପ୍‌ଚାପ୍‌ ବସିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ପାଇଁ ଭିତ୍ତିଭୂମି ତଥା ଆର୍ଥିକ ସମ୍ବଳ ସମେତ ସମସ୍ତ ପ୍ରକାର ସହାୟତା ଯୋଗାଇବା ଲାଗି କେନ୍ଦ୍ରକୁ ପୂର୍ଣ୍ଣ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ସମସ୍ତ କାର୍ଯ୍ୟ ପାଇଁ ‘ବ୍ଲାଙ୍କ୍‌ ଚେକ୍‌’ ଦେବା ସତ୍ତ୍ବେ କେନ୍ଦ୍ର କାହିଁକି ଓଡ଼ିଶା ହାଇକୋର୍ଟଙ୍କ ପରାମର୍ଶକ୍ରମେ ଏଥିପାଇଁ ସ୍ଥାନ ଚିହ୍ନଟ ଲାଗି ଆଗଭର ହେଉନାହିଁ ତାହା ଆଶ୍ଚର୍ଯ୍ୟଜନକ। ଭାରତୀୟ ସମ୍ବିଧାନର କେନ୍ଦ୍ର ତାଲିକାର ଏଣ୍ଟ୍ରି-୭୮ ଅଧୀନରେ ନିଜର କ୍ଷମତାକୁ ବ୍ୟବହାରକରି କେନ୍ଦ୍ର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିପାରିବ। ଯେତେବେଳେ ବି ନିର୍ବାଚନ ଆସେ ସେତେବେଳେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ସ୍ଥାପନକୁ ନେଇ ଭାଜପା କୁମ୍ଭୀର କାନ୍ଦଣା କାନ୍ଦେ। ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ଭାଜପା କାହିଁକି ବିଭ୍ରାନ୍ତିକର ଏବଂ ମିଛ ପ୍ରଚାର କରୁଛି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି।
ସେହିଭଳି କଂଗ୍ରେସ ମଧ୍ୟ ସମ୍ବଲପୁରରେ ସୃଷ୍ଟି ହୋଇଥିବା ସ୍ଥିତି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ହେବ ନା ନାହିଁ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ରାଜ୍ୟ ସରକାର ନିଷ୍ପତ୍ତି ନେଇ କେନ୍ଦ୍ରକୁ ସୁପାରିସ କରିବେ। ଏହାପରେ କେନ୍ଦ୍ର ସରକାର ଆଇନ ଆଣିବେ। ପାର୍ଲାମେଣ୍ଟରେ ବିଲ୍‌ ପାସ୍‌ ନ ହେବା ଯାଏ ସୁପ୍ରିମକୋର୍ଟଙ୍କ କୌଣସି କ୍ଷମତା ନାହିଁ। ସମ୍ବଲପୁରରେ ସୃଷ୍ଟି ହୋଇଥିବା ପରିସ୍ଥିତି ପାଇଁ ରାଜ୍ୟ ସରକାର ଦାୟୀ। ରାଜ୍ୟ ସରକାର ଚାହୁଁନାହାନ୍ତି ହାଇକୋର୍ଟର ସ୍ଥାୟୀ ବେଞ୍ଚ ହେଉ। କିନ୍ତୁ ପ୍ରସ୍ତାବ ଦେଇଥିବା କହୁଛନ୍ତି। ହେଲେ କେଉଁଠି ହେବା ପାଇଁ ପ୍ରସ୍ତାବ ଦେଇଛନ୍ତି ତାହା ସ୍ପଷ୍ଟ କରୁନାହାନ୍ତି ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri