ଇଟାଭାଟି ନିଆଁ, ଧୂଆଁରେ ଜୀବନ ଅସ୍ତବ୍ୟସ୍ତ

ଡେରାବିଶ, ୧।୫(ସ୍ବ.ପ୍ର.): ଗତ ଏକ ସପ୍ତାହ ହେବ ଡେରାବିଶ ବ୍ଲକ ଅଞ୍ଚଳରେ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ଅନୁଭୂତ ହେଉଛି।  ଜନଜୀବନ ଉପରେ ଏହାର ପ୍ରଭାବ ପଡ଼ିଛି। ମାତ୍ର ସରକାରଙ୍କ ସମସ୍ତ ନିୟମକୁ ଫୁ କରିଛନ୍ତି ଡେରାବିଶ ତହସିଲ ପ୍ରଶାସନ ଓ ଇଟାଭାଟି ମାଫିଆ। ବ୍ଲକ ଅଞ୍ଚଳରେ ଶତାଧିକ ବେଆଇନ ନାଲି ଇଟାଭାଟି ଚାଲିଛି। ସେହି ଇଟାଭାଟିର ନିଆଁ ଓ ଧୂଆଁ ପ୍ରଭାବରେ ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି। ଇଟାଭାଟି ବନ୍ଦ କରିବା ପାଇଁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ା ଅପରପକ୍ଷେ ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ୫୩ ନଂ. ଜାତୀୟ ରାଜପଥରୁ ଆରମ୍ଭ କରି କଟକ-ଚାନ୍ଦବାଲି ରାସ୍ତା ଓ ବ୍ଳକ ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ ଇଟା ଭାଟି ବେଧଡ଼କ ଭାବେ ଚାଲୁଥିବା ବେଳେ ପ୍ରଶାସନ କାହିଁକି ନୀରବ ରହିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସଂକ୍ରାନ୍ତରେ ସାମାଜିକ କର୍ମୀ ବିଧୁଭୂଷଣ ମହାପାତ୍ର ଶୁକ୍ରବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ କର୍ତ୍ତୃପକ୍ଷଙ୍କୁ ସାକ୍ଷାତ କରି ତୁରନ୍ତ ବେଆଇନ ଇଟାଭାଟିକୁ ବନ୍ଦ କରିବା ପାଇଁ ଦାବି ଜଣାଇଛନ୍ତି। ସେ ତାଙ୍କ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ରାପଡ଼ା ଏକ କୃଷି ପ୍ରଧାନ ଜିଲା ଭାବେ ପରିଚିତ ା ବହୁ ନଦୀନାଳ ଏହି ଜିଲାରେ ପ୍ରବାହିତ। ବିଶେଷ କରି ଡେରାବିଶ ବ୍ଳକ ଅଞ୍ଚଳରେ ବିରୂପା, ଗୋବରୀ, ଲୁଣା, ଚିତ୍ରୋପତ୍ଳା ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା ଓ ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ଇଟା ବ୍ୟବସାୟୀ ନଦୀ ପଠାରେ ଇଟା ଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ସାଟେଲାଇଟ୍‌ ମାଧ୍ୟମରେ ଶତାଧିକ ଜଳନ୍ତା ଇଟାଭାଟିର ଫଟୋ ଉତ୍ତୋଳନ କରି କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବିଧୁଭୂଷଣ ଚେତାବନୀ ଦେଇଛନ୍ତି।
ଏ ସମ୍ପର୍କରେ ଡେରାବିଶ ତହସିଲଦାର ନମିତା ବାରିକଙ୍କୁ ପଚାରିବାରୁ ସେ କହିଲେ ଜିଲାପାଳ ସମସ୍ତ ରାଜସ୍ବ ନିରୀକ୍ଷକଙ୍କୁ ଇଟାଭାଟି ଚଳାଇଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦିନେ ଦୁଇଦିନ ମଧ୍ୟରେ ନିରୀକ୍ଷକମାନେ କାର୍ଯ୍ୟାନୁଷ୍ଠାନ ନ ନେଲେ ତାଙ୍କ ତରଫରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri