ଇଟାଭାଟି ନିଆଁ, ଧୂଆଁରେ ଜୀବନ ଅସ୍ତବ୍ୟସ୍ତ

ଡେରାବିଶ, ୧।୫(ସ୍ବ.ପ୍ର.): ଗତ ଏକ ସପ୍ତାହ ହେବ ଡେରାବିଶ ବ୍ଲକ ଅଞ୍ଚଳରେ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ଅନୁଭୂତ ହେଉଛି।  ଜନଜୀବନ ଉପରେ ଏହାର ପ୍ରଭାବ ପଡ଼ିଛି। ମାତ୍ର ସରକାରଙ୍କ ସମସ୍ତ ନିୟମକୁ ଫୁ କରିଛନ୍ତି ଡେରାବିଶ ତହସିଲ ପ୍ରଶାସନ ଓ ଇଟାଭାଟି ମାଫିଆ। ବ୍ଲକ ଅଞ୍ଚଳରେ ଶତାଧିକ ବେଆଇନ ନାଲି ଇଟାଭାଟି ଚାଲିଛି। ସେହି ଇଟାଭାଟିର ନିଆଁ ଓ ଧୂଆଁ ପ୍ରଭାବରେ ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି। ଇଟାଭାଟି ବନ୍ଦ କରିବା ପାଇଁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ା ଅପରପକ୍ଷେ ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ୫୩ ନଂ. ଜାତୀୟ ରାଜପଥରୁ ଆରମ୍ଭ କରି କଟକ-ଚାନ୍ଦବାଲି ରାସ୍ତା ଓ ବ୍ଳକ ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ ଇଟା ଭାଟି ବେଧଡ଼କ ଭାବେ ଚାଲୁଥିବା ବେଳେ ପ୍ରଶାସନ କାହିଁକି ନୀରବ ରହିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସଂକ୍ରାନ୍ତରେ ସାମାଜିକ କର୍ମୀ ବିଧୁଭୂଷଣ ମହାପାତ୍ର ଶୁକ୍ରବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ କର୍ତ୍ତୃପକ୍ଷଙ୍କୁ ସାକ୍ଷାତ କରି ତୁରନ୍ତ ବେଆଇନ ଇଟାଭାଟିକୁ ବନ୍ଦ କରିବା ପାଇଁ ଦାବି ଜଣାଇଛନ୍ତି। ସେ ତାଙ୍କ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ରାପଡ଼ା ଏକ କୃଷି ପ୍ରଧାନ ଜିଲା ଭାବେ ପରିଚିତ ା ବହୁ ନଦୀନାଳ ଏହି ଜିଲାରେ ପ୍ରବାହିତ। ବିଶେଷ କରି ଡେରାବିଶ ବ୍ଳକ ଅଞ୍ଚଳରେ ବିରୂପା, ଗୋବରୀ, ଲୁଣା, ଚିତ୍ରୋପତ୍ଳା ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା ଓ ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ଇଟା ବ୍ୟବସାୟୀ ନଦୀ ପଠାରେ ଇଟା ଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ସାଟେଲାଇଟ୍‌ ମାଧ୍ୟମରେ ଶତାଧିକ ଜଳନ୍ତା ଇଟାଭାଟିର ଫଟୋ ଉତ୍ତୋଳନ କରି କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବିଧୁଭୂଷଣ ଚେତାବନୀ ଦେଇଛନ୍ତି।
ଏ ସମ୍ପର୍କରେ ଡେରାବିଶ ତହସିଲଦାର ନମିତା ବାରିକଙ୍କୁ ପଚାରିବାରୁ ସେ କହିଲେ ଜିଲାପାଳ ସମସ୍ତ ରାଜସ୍ବ ନିରୀକ୍ଷକଙ୍କୁ ଇଟାଭାଟି ଚଳାଇଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦିନେ ଦୁଇଦିନ ମଧ୍ୟରେ ନିରୀକ୍ଷକମାନେ କାର୍ଯ୍ୟାନୁଷ୍ଠାନ ନ ନେଲେ ତାଙ୍କ ତରଫରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?