ଅନନ୍ତ, କୁମ୍‌କୁମ୍‌ ପାଇଲେ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର, ୩୧।୮ (ବ୍ୟୁରୋ): ଦୁଇବର୍ଷ ପାଇଁ ୩୪ଜଣ ଯଶସ୍ବୀ ଶିଳ୍ପୀଙ୍କୁ ସମ୍ମାନିତ କଲା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ। ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ସମ୍ମାନ ପ୍ରଦାନ କରିଥିଲେ। ୨୦୧୯ ବର୍ଷ ପାଇଁ ବିଶିଷ୍ଟ ନାଟ୍ୟକାର ତଥା ମଞ୍ଚ ନିର୍ଦ୍ଦେଶକ ଅନନ୍ତ ମହାପାତ୍ର ଓ ୨୦୨୦ ପାଇଁ ପ୍ରସିଦ୍ଧ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତିଙ୍କୁ ଏକାଡେମୀର ସର୍ବୋଚ୍ଚ ସମ୍ମାନ ‘କବି ସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପ୍ରଦାନ କରାଯାଇଛି। ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ଲେଖାଏ ଅର୍ଥରାଶି ସହିତ ଅଙ୍ଗବସ୍ତ୍ର, ପ୍ରଶସ୍ତିପତ୍ର ଓ ବୃକ୍ଷଚାରା ପ୍ରଦାନ କରାଯାଇଛି। ସେହିପରି ନୂତନ ଭାବେ ପ୍ରବର୍ତ୍ତିତ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ନିମନ୍ତେ ପଦ୍ମଶ୍ରୀ ଡ. ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ୨୦୧୯ ବର୍ଷ ପାଇଁ ଡ. ରଘୁନାଥ ସାହୁ ଓ ୨୦୨୦ ପାଇଁ ବନ୍ଦିତା ରାୟଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯାଇଛି। ଏଥିସହିତ ଲବ୍ଧପ୍ରତିଷ୍ଠିତ ଗୀତିକାର ସ୍ବର୍ଗତ ସାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ପ୍ରବର୍ତ୍ତିତ ‘ସାରଦା ଗୀତିକବିତା ସମ୍ମାନ’ ବିନୋଦ କୁମାର ପଶାୟତ ଓ ଡ. ଅଲେଖ ଚନ୍ଦ୍ର ପଢ଼ିହାରୀଙ୍କୁ ମିଳିଛି ା ସମ୍ମାନ ବାବଦକୁ ଅଢ଼େଇ ଲକ୍ଷ ଟଙ୍କାର ଅର୍ଥରାଶି ସମେତ ଅଙ୍ଗବସ୍ତ୍ର ଓ ପ୍ରଶସ୍ତିପତ୍ର ପ୍ରଦାନ କରାଯାଇଛି।
ଏହା ବ୍ୟତୀତ ୨୦୧୯ ବର୍ଷ ନିମନ୍ତେ ଅଭିନୟ ପାଇଁ ନବକିଶୋର ଆଚାର୍ଯ୍ୟ ଓ ମମତା ମହାନ୍ତି, ନାଟ୍ୟ ରଚନା ପାଇଁ ସୁଧାକର ନନ୍ଦ, ନିର୍ଦ୍ଦେଶନା ପାଇଁ ହରିହର ମିଶ୍ର, ମଞ୍ଚକଳା ପାଇଁ ପ୍ରଭାସ ଚନ୍ଦ୍ର ମିଶ୍ର, ଲୋକସଙ୍ଗୀତ ପାଇଁ ରାଧାଶ୍ୟାମ ସାହୁଶର୍ମା, ଲୋକବାଦ୍ୟ ପାଇଁ ଶଙ୍କର ପ୍ରଧାନ, ଲୋକନୃତ୍ୟ ପାଇଁ କାଳୁଚରଣ ସାହୁ, ଲୋକନାଟ୍ୟ ପାଇଁ କର୍ଣ୍ଣ ଗୌଡ଼, ଯନ୍ତ୍ର ସଙ୍ଗୀତରେ ଆନଦ୍ଧ ବାଦ୍ୟ (ମର୍ଦ୍ଦଳ) ପାଇଁ ଡ. ଜଗନ୍ନାଥ କୁଅଁର, ତାରବାଦ୍ୟ ପାଇଁ କୈଳାସ ଚନ୍ଦ୍ର ପାତ୍ର, ଓଡ଼ିଶୀ ନୃତ୍ୟରେ ରତିକାନ୍ତ ମହାପାତ୍ର, ଓଡ଼ିଶୀ କଣ୍ଠ ସଙ୍ଗୀତରେ ଚନ୍ଦ୍ରମଣି ଲେଙ୍କା, ସୁଗମ ସଙ୍ଗୀତ ପାଇଁ ତାନ୍‌ସେନ୍‌ ସିଂଙ୍କୁ ସଙ୍ଗୀତ ନାଟକ ଏକାଡେମୀ
ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ନିମନ୍ତେ ଅଭିନୟ ପାଇଁ ସୁଶୀଳା ନାୟାର ଏବଂ ବିଜୟ କୁମାର ପଟ୍ଟନାୟକ, ନାଟ୍ୟ ରଚନା ପାଇଁ ଭାସ୍କର ଚନ୍ଦ୍ର ମହାପାତ୍ର, ନିର୍ଦ୍ଦେଶନା ପାଇଁ ସୁବୋଧ ପଟ୍ଟନାୟକ, ମଞ୍ଚକଳା ପାଇଁ ପ୍ରଭାତ ମହାରଣା, ଲୋକସଙ୍ଗୀତ ପାଇଁ ନବୀନ କିଶୋର କୁଅଁର, ଲୋକବାଦ୍ୟ ପାଇଁ କିଶୋର ଚନ୍ଦ୍ର ପ୍ରଧାନ, ଲୋକନୃତ୍ୟ ପାଇଁ ନାରାୟଣ ମହାରଣା, ଲୋକନାଟ୍ୟ ପାଇଁ ନିର୍ମଳ ଚନ୍ଦ୍ର ରାଉତ, ଯନ୍ତ୍ରସଙ୍ଗୀତରେ ଆନଦ୍ଧ ବାଦ୍ୟ(ତବଲା) ପାଇଁ ଶରତ କୁମାର ପାଣି ଓ ବଂଶୀ (ସୁଷିର ବାଦ୍ୟ) ପାଇଁ ନିତ୍ୟାନନ୍ଦ ମହାପାତ୍ର, ଓଡ଼ିଶୀ ନୃତ୍ୟରେ ଗଜେନ୍ଦ୍ର ପଣ୍ଡା, ଓଡ଼ିଶୀ କଣ୍ଠ ସଙ୍ଗୀତରେ ରଘୁନାଥ ପାତ୍ର ଓ ସୁଗମ ସଙ୍ଗୀତରେ ବିଭୁଧେନ୍ଦ୍ର ଦାସଙ୍କୁ ପୁରସ୍କୃତ କରାଯାଇଛି। ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କାର ଅର୍ଥରାଶି ସହ ସମ୍ମାନ ପ୍ରଦାନ କରାଯାଇଛି।
ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ପାଣିଗ୍ରାହୀ କହିଲେ, ଖୁବ୍‌ଶୀଘ୍ର ଲୋକକଳା ଉପରେ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ। ଓଡ଼ିଶୀ ସଙ୍ଗୀତର ଅଧିକ ପ୍ରଚାର ପ୍ରସାର ପାଇଁ ଧ୍ୟାନ ଦିଆଯିବ। ଏହାଦ୍ୱାରା କେନ୍ଦ୍ର ସରକାର ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ ବାଧ୍ୟ ହେବେ। ଏଥିସହ ଓଡ଼ିଶାର କଳା, ସଂସ୍କୃତି, ସାହିତ୍ୟ ଏବଂ ଏକାଡେମୀର ପ୍ରଚାର ପ୍ରସାର ପାଇଁ ୪ ଏକାଡେମୀର ବାର୍ଷିକ କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ। କାର୍ଯ୍ୟକ୍ରମରେ ବିଭାଗୀୟ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ, ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଏକାଡେମୀ ସଭାପତି ପଦ୍ମଶ୍ରୀ ଅରୁଣା ମହାନ୍ତି, ଉପସଭାପତି ମନ୍ମଥ କୁମାର ଶତପଥୀ, ସଚିବ ପ୍ରବୋଧ ରଥ ପ୍ରମୁଖ ଉପସ୍ଥିତ ଥିଲେ। ଭବାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ଓ ସୋନପୁର ରୁମ୍‌କୁଝୁମାର ସାଂସ୍କୃତିକ କାର୍ଯ୍ୟକ୍ରମ, ଗଞ୍ଜାମର ରବୀନ୍ଦ୍ର ମହାନ୍ତି ଓ ସାଥୀଙ୍କ ଘଣ୍ଟବାଦ୍ୟ ଓ ରାଜେନ୍ଦ୍ର ଏବଂ ସାଥୀଙ୍କ ଶଂଖବାଦ୍ୟରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri