Posted inଖେଳ

ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କଲେ ଶାଶ୍ୱତ

ଭୁବନେଶ୍ୱର,୨୨।୭(ସ୍ପୋଟର୍‌ସ ବ୍ୟୁରୋ): ପୁରୀର କୁମ୍ଭପଡ଼ାରେ ରହୁଥିବା ଶାଶ୍ୱତ ରଞ୍ଜନ ସାହୁ ଏକ ସ୍ବତନ୍ତ୍ର ଉପାୟରେ ଅଲିମ୍ପିକ୍ସ ଲୋଗୋ ତିଆରି କରିଛନ୍ତି। ଶୁକ୍ରବାରଠାରୁ ଟୋକିଓରେ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଯାଉଥିବା ବେଳେ ସେ ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୯୩୦ଟି କାଠିରେ ଏହି ଲୋଗୋ ତିଆରି କରିବାକୁ ତାଙ୍କୁ ଗୋଟିଏ ଦିନ ସମୟ ଲାଗିଥିଲା। ଏହି ଲୋଗୋ ମାଧ୍ୟମରେ ସେ ଭାରତୀୟ ଆଥ୍‌ଲେଟଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରମରେ ସେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ କରାଯାଇଥିବା ‘#ଚିୟର4ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରିଛନ୍ତି। ୫ଟି ରଙ୍ଗର ରିଙ୍ଗ୍‌କୁ ନେଇ ଅଲିମ୍ପିକ୍‌ ସିମ୍ବଲ ବା ଲୋଗୋ ତିଆରି ହୋଇଛି। ନୀଳ, ହଳଦିଆ, କଳା, ସବୁଜ ଓ ନାଲି ରଙ୍ଗର ରିଙ୍ଗ୍‌ ବାମରୁ ଡାହାଣ ଆଡକୁ ରହିଛି। ବିଶ୍ୱର ୫ଟି ମହାଦେଶର ଆଥ୍‌ଲେଟ ଅଲିମ୍ପିକ୍ସ ମାଧ୍ୟମରେ ଏକାଠି ହୋଇଥାନ୍ତି ଓ ଏହାକୁ ସୂଚାଇବା ପାଇଁ ଅଲିମ୍ପିକ ଲୋଗୋର ବ୍ୟବହାର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri