ଇଥାନଲ ମୂଲ୍ୟ ବୃଦ୍ଧିକୁ ମଞ୍ଜୁରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ପକ୍ଷରୁ ୩ ବଡ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକରେ ଇଥାନଲ ମୂଲ୍ୟ ବୃଦ୍ଧି, ଝୋଟ ପ୍ୟାକେଜିଂ ଏବଂ ଡ୍ୟାମ୍‌ଗୁଡିକର ସୁରକ୍ଷା ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, ଇଥାନଲ ମୂଲ୍ୟରେ ୫ରୁ ୮% ବୃଦ୍ଧି କରାଯିବ। ଚିନିରୁ ପ୍ରସ୍ତୁତ ଇଥାନଲ ମୂଲ୍ୟ ଲିଟର ପିଛା ୬୨.୬୫ ଟଙ୍କାକୁ ବଢ଼ାଯାଇଛି। ସେହିଭଳି ବି ହେଭି ମୋଲାସେସ୍‌ ମୂଲ୍ୟ ୫୭.୬୧ ଟଙ୍କା ଏବଂ ସି ହେଭି ମୋଲାସେସ୍‌ ମୂଲ୍ୟ ୪୫.୬୯ ଟଙ୍କା ପ୍ରତି ଲିଟର ରହିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଚିନି ମିଲ୍‌ ନିକଟକୁ ଅଧିକ ଅର୍ଥ ଆସିପାରିବ। ଫଳରେ ମିଲ୍‌ କୃଷକଙ୍କ ବକେୟା ରାଶି ପ୍ରଦାନ କରିପାରିବେ ବୋଲି ସେ ଆଶାବାଦୀ ଥିବା କହିଛନ୍ତି।
ସେ ପୁଣି କହିଛନ୍ତି ଯେ, ଇଥାନଲ ମୂଲ୍ୟ ବୃଦ୍ଧି ହେବା ଦ୍ୱାରା ତେଲ ଆମଦାନୀରେ ହ୍ରାସ ହୋଇପାରିବ। କାରଣ ୧୦% ଇଥାନଲ ପେଟ୍ରୋଲରେ ମିଶ୍ରଣ କରାଯାଇପାରିବ। ଏଭଳି ପଦକ୍ଷେପ ଦ୍ୱାରା ପ୍ରଦୂଷଣ ମଧ୍ୟ କମ୍‌ କରାଯାଇ ପାରିବ। ଇଥାନଲ ପରିବେଶ ଉପଯୋଗୀ ହୋଇଥିବାରୁ ଏହାଦ୍ୱାରା ଦେଶକୁ ଲାଭ ମିଳିପାରିବ। ଏହାବାଦ କ୍ୟାବିନେଟ ପକ୍ଷରୁ ପ୍ୟାଜେଜିଂ ଲାଗି ଅନିବାର୍ଯ୍ୟ ନିୟମ ସଂକ୍ରାନ୍ତରେ ମଧ୍ୟ ମଞ୍ଜୁରୀ ପ୍ରଦାନ କରିଛି। ଖାଦ୍ୟ ସାମଗ୍ରୀର ୧୦୦% ଏବଂ ଚିନି ଲାଗି ୨୦% ପ୍ୟାକେଜିଂ ଝୋଟରେ କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବ୍ୟାଗ୍‌ଗୁଡିକର ମୂଲ୍ୟ ମଧ୍ୟ କମିଟି ନିର୍ଦ୍ଧାରଣ କରିବ। ସେହିଭଳି ଡ୍ୟାମ୍‌ଗୁଡିକର ଉନ୍ନତୀକରଣ ଲାଗି ୧୦ ହଜାର କୋଟି ଟଙ୍କାର ଯୋଜନାକୁ ମଧ୍ୟ ମଞ୍ଜୁରୀ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri