ଦୁର୍ଭିକ୍ଷ ଆଁରେ ଇଥିଓପିଆ

ଆଡିସ୍‌ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ ଉକ୍ତ ଅଞ୍ଚଳର ୩,୫୦,୦୦୦ ଜଣ ଦୁର୍ଭିକ୍ଷ ମୁହଁକୁ ଠେଲିହୋଇ ଯାଇଛନ୍ତି। ଜାତିସଂଘ ପକ୍ଷରୁ ଏହି ଘୋଷଣା କରାଯିବା ପରେ ଯୁଦ୍ଧ ପ୍ରଭାବିତ ଇଥିଓପିଆକୁ ନେଇ ଚିନ୍ତା ବଢ଼ିଯାଇଛି।
ଟିଗ୍ରେ, ଆମ୍‌ହରା ଓ ଅଫାର୍‌ ସ୍ଥିତିକୁ ନେଇ ସମନ୍ବିତ ପର୍ଯ୍ୟାୟ ବର୍ଗୀକରଣ(ଆଇପିସି) ଫେଜ୍‌ ୫ ରିପୋର୍ଟକୁ ବିଶ୍ଳେଷଣ କରିବା ପରେ ଜାତିସଂଘର ହ୍ୟୁମାନିଟାରିଆନ୍‌ ମୁଖ୍ୟ ମାର୍କ ଲୋକକ୍‌ ଦୁର୍ଭିକ୍ଷ ବିଷୟରେ ଘୋଷଣା କରିଛନ୍ତି। ଏଥିଯୋଗୁ ମେ’ରୁ ଜୁନ୍‌ ମଧ୍ୟରେ ସାଢ଼େ ୩ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ଆଗକୁ ସ୍ଥିତି ଆହୁରି ବିଗିଡ଼ିପାରେ ବୋଲି ସେ ଚେତାଇ ଦେଇଛନ୍ତି। ଏହି ବିସ୍ତୃତ ଅଞ୍ଚଳରେ ଖାଦ୍ୟ ନିରାପତ୍ତା ବିପନ୍ନ ହୋଇ ବିପତ୍ତି ସୃଷ୍ଟି ହୋଇଛି, ଯାହାକି ଆଗକୁ ଅନାହାର ଓ ମୃତ୍ୟୁର ବିଭୀଷିକାର କାରଣ ହେବ ବୋଲି ଆଇପିସି ରିପୋର୍ଟରେ ଉଲ୍ଲେଖ କରାଯାଇଛି। କିନ୍ତୁ ଦୁର୍ଭିକ୍ଷର ନିର୍ଦ୍ଦିଷ୍ଟ ସଂଜ୍ଞା ଥିବାରୁ ଏହାକୁ ଦୁର୍ଭିକ୍ଷ ବୋଲି ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନାହିଁ।
ଦେଶରେ ଦୁର୍ଭିକ୍ଷ ହୋଇଛି ବୋଲି ଘୋଷଣା କରିବା ଲାଗି ମୃତ୍ୟୁ ହାର, କୁପୋଷଣ ଓ କ୍ଷୁଧାକୁ ଆଧାର କରି ଅନୁଶୀଳନ କରାଯାଏ। ଅନୂ୍ୟନ ୨୦% ପରିବାର ଅତି ଖାଦ୍ୟ ସଙ୍କଟକୁ ସାମ୍ନା କଲେ, ସମ୍ପୃକ୍ତ ଦେଶର ୩୦% ଲୋକ କୁପୋଷଣର ଶିକାର ହେଲେ ଏବଂ ଦିନକୁ ପ୍ରତି ୧୦,୦୦୦ ଜଣରେ ମୃତ୍ୟୁସଂଖ୍ୟା ୨ରୁ ଅଧିକ ରହିଲେ ଦୁର୍ଭିକ୍ଷ ଘୋଷଣା କରାଯାଇଥାଏ। ଇଥିଓପିଆରେ ଦୁର୍ଭିକ୍ଷ ହୋଇଥିବା ଘୋଷଣା କରାଗଲେ ଜୀବନରକ୍ଷକ ସହାୟତା ପ୍ରଦାନ ଜରୁରୀ ହୋଇପଡ଼ିବ। ସହାୟତା ନିମନ୍ତେ ଏହା ବିଶ୍ୱ ସମୁଦାୟର ଧ୍ୟାନ ଆକର୍ଷଣ କରିବ। ୧୯୮୪ରେ ମରୁଡ଼ି ଓ ଯୁଦ୍ଧ ଯୋଗୁ ଟିଗ୍ରେ ତଥା ପଡ଼ୋଶୀ ଓଲୋ ପ୍ରଦେଶ ଦୁର୍ଭିକ୍ଷର କେନ୍ଦ୍ରସ୍ଥଳ ପାଲଟିଥିଲା। ସେତେବେଳେ ୬ ଲକ୍ଷରୁ ୧୦ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri