ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏନେକି ଅନେକ ଆକଳନ କରାଯାଉଥିବା ବେଳେ ବଡ ଅର୍ଥନୈତିକ ପରିବର୍ତ୍ତନ ଆଶା କରାଯାଉଛି। ଫେଡେରେସନ୍ ଅଫ୍ ୟୁରୋପିଆନ୍ ବିଜନେସ୍ ଇନ୍ ଇଣ୍ଡିଆ (FEBI) ର ୨୦୨୬ ବ୍ୟବସାୟିକ ସର୍ଭେ ଅନୁଯାୟୀ, ୟୁରୋପୀୟ କମ୍ପାନୀଗୁଡ଼ିକ ଭାରତରେ ବିପୁଳ ପୁଞ୍ଜି ନିବେଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ଅଣ୍ଟା ଭିଡ଼ିଛନ୍ତି।

ପ୍ରାୟ ୯୫% ୟୁରୋପୀୟ କମ୍ପାନୀ ଆଗାମୀ ୫ ବର୍ଷ ମଧ୍ୟରେ ଭାରତରେ ନିଜର ବ୍ୟବସାୟ ବୃଦ୍ଧି କରିବାକୁ ଯୋଜନା କରିଛନ୍ତି। ୯୦% କମ୍ପାନୀ ସ୍ୱୀକାର କରିଛନ୍ତି ଯେ ଭାରତରେ ସେମାନଙ୍କ କାର୍ଯ୍ୟକଳାପ ବର୍ତ୍ତମାନ ଲାଭଜନକ ସ୍ଥିତିରେ ଅଛି। ୭୮% କମ୍ପାନୀ ଭାରତରେ ନିଯୁକ୍ତି ବଢ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି। ପ୍ରତି ୫ଟି କମ୍ପାନୀ ମଧ୍ୟରୁ ଜଣେ ୧୦୦୦ରୁ ଅଧିକ ନୂଆ ଚାକିରି ସୃଷ୍ଟି କରିବେ ବୋଲି ଆଶା କରାଯାଉଛି। ସେହିଭଳି ପ୍ରାୟ ୬୯% କମ୍ପାନୀ ଭାରତକୁ ଏକ ଗ୍ଲୋବାଲ୍ ସପ୍ଲାଏ ଚେନ୍ ହବ୍ ଭାବେ ଗଢ଼ିବା ପାଇଁ ଉତ୍ପାଦନ ବୃଦ୍ଧି କରିବାକୁ ଚାହୁଁଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁରୋପୀୟ କମିଶନ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲେୟେନ୍ ଏହି ଚୁକ୍ତିକୁ “ସମସ୍ତ ବାଣିଜ୍ୟ ଚୁକ୍ତିର ଜନନୀ” ବୋଲି ଅଭିହିତ କରିଛନ୍ତି। ଏହି ଚୁକ୍ତି ଦ୍ଵାରା ପ୍ରାୟ ୨୦୦ କୋଟି ଜନସଂଖ୍ୟା ବିଶିଷ୍ଟ ଏକ ବିଶାଳ ବଜାର ପାଇଁ ବାଣିଜ୍ୟିକ ବାଟ ଫିଟିଛି।

ପ୍ରାୟ ୨୬% କମ୍ପାନୀ ଆଗାମୀ ୫ ବର୍ଷରେ ପ୍ରତ୍ୟେକ ୧୦୦ ମିଲିୟନ ୟୁରୋରୁ ଅଧିକ ନିବେଶ କରିବାକୁ ପ୍ରତିଶ୍ରୁତିବଦ୍ଧ। ଅନ୍ୟ ୨୫% କମ୍ପାନୀ ୨୦ ରୁ ୧୦୦ ମିଲିୟନ ୟୁରୋ ପର୍ଯ୍ୟନ୍ତ ପୁଞ୍ଜି ଖଟାଇବେ। ବିଶେଷ କରି ଅଟୋମୋଟିଭ୍, ଶକ୍ତି, ଡିଜିଟାଲ୍ ଏବଂ ଫାର୍ମାସ୍ୟୁଟିକାଲ୍ କ୍ଷେତ୍ରରେ ଏହି ନିବେଶ ଅଧିକ ହେବ।

ସକାରାତ୍ମକ ଦିଗ ସତ୍ତ୍ୱେ, ୭୧% କମ୍ପାନୀ ନିୟାମକ ଅନୁମୋଦନ ଏବଂ ପାଳନ ପ୍ରକ୍ରିୟାକୁ ଏକ ବଡ଼ ସମସ୍ୟା ଭାବେ ଦର୍ଶାଇଛନ୍ତି। ଏହା ସହିତ ଆମଦାନୀ ଶୁଳ୍କ ଏବଂ କର ନୀତିରେ ଅନିଶ୍ଚିତତାକୁ ନେଇ ମଧ୍ୟ ଉଦବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?