Posted inଖେଳ

ୟୁରୋପା ଲିଗ୍‌ ଫୁଟ୍‌ବଲ: ଭିଲ୍ଲାରିୟଲଙ୍କୁ ଐତିହାସିକ ପ୍ରଥମ ଟାଇଟଲ

ଗଡାନସ୍କ,୨୮।୫(ଏପି): ୟୁରୋପା ଲିଗ୍‌ ଫୁଟ୍‌ବଲରେ ଭିଲ୍ଲାରିୟଲ ପ୍ରଥମଥର ପାଇଁ ଟାଇଟଲ ହାସଲ କରିବାର ଗୌରବ ଅର୍ଜନ କରିଛି। ଗୁରୁବାର ଖେଳାଯାଇଥିବା ଲିଗ୍‌ର ସଂଘର୍ଷପୂର୍ଣ୍ଣ ତଥା ରୋମାଞ୍ଚକ ଫାଇନାଲ ମ୍ୟାଚ୍‌ରେ ଭିଲ୍ଲାରିୟଲ ୧୧-୧୦ରେ ଶକ୍ତିଶାଳୀ ମାଞ୍ଚେଷ୍ଟର ୟୁନାଇଟେଡକୁ ପରାସ୍ତ କରି ପ୍ରଥମଥର ପାଇଁ କୌଣସି ମେଜର ଟାଇଟଲ ହାସଲ କରିବାରେ ସକ୍ଷମ ହୋଇଛି। ୯୮ ବର୍ଷର ଇତିହାସରେ ସ୍ପେନର ଏହି କ୍ଲବ କୌଣସି ବଡ଼ ଟ୍ରଫି ଜିତି ଇତିହାସ ସୃଷ୍ଟି କରିଛି। ଫାଇନାଲରେ ୟୁନାଇଟେଡ ଭଳି ଶୀର୍ଷସ୍ତରୀୟ କ୍ଲବକୁ ହରାଇବା ମଧ୍ୟ ଏହି କ୍ଲବ ପାଇଁ ଏକ ବଡ଼ ଉପଲବ୍ଧି ସାବ୍ୟସ୍ତ ହୋଇଛି।
ଟାଇଟଲ ମୁକାବିଲାରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ନିର୍ଦ୍ଧାରିତ ସମୟ ଶେଷ ସୁଦ୍ଧା ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ୨୯ତମ ମିନିଟ୍‌ରେ ଭିଲ୍ଲାରିୟଲ ତରଫରୁ ଗେରାର୍ଡ ମୋରେନୋ ଫିଲ୍ଡ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। କିନ୍ତୁ ୫୫ତମ ମିନିଟରେ ମାଞ୍ଚେଷ୍ଟର ୟୁନାଟେଡ ତରଫରୁ ଏଡିନଶନ କାଭାନି ଗୋଲ ଦେଇ ମ୍ୟାଚ୍‌କୁ ୧-୧ ବରାବର ସ୍ଥିତିକୁ ଆଣିଥିଲେ ଓ ଏକ୍ସଟ୍ରା ଟାଇମ ପରେ ମଧ୍ୟ ମ୍ୟାଚ୍‌ ଡ୍ର ହୋଇଥିଲା। ଫଳାଫଳ ପାଇଁ ପେନାଲ୍ଟି ଶୁଟ୍‌ ଆଉଟ୍‌ର ସହାୟତା ନିଆଯାଇଥିଲା। ଏଥିରେ ଭିଲ୍ଲାରିୟଲ ୧୧-୧୦ରେ ବାଜିମାରି ଥିଲା ଓ ଚାମ୍ପିୟନ ହେବା ସହ ଇତିହାସ ସୃଷ୍ଟି କରିଥିଲା। ମାଞ୍ଚେଷ୍ଟର ୟୁନାଇଟେଡ ଗୋଲକିପର ଡେଭିଡ୍‌ ଡି ଜିଆ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଫଳରେ ୟୁନାଇଟେଡ ମ୍ୟାଚ୍‌ ହାତଛଡ଼ା କରିବା ସହ ରନର୍ସ ଅପ୍‌ରେ ସନ୍ତୁଷ୍ଟ ହେବାକୁ ବାଧ୍ୟ ହୋଇଥିଲା। ଭିଲ୍ଲାରିୟଲ କୋଚ୍‌ ଉନାଇ ଇମରୀଙ୍କ ପାଇଁ ଏହି ବିଜୟ ଏକ ଉପଲବ୍ଧି ସଦୃଶ ହୋଇଛି। ଇମରୀ ଏହାପୂର୍ବରୁ ୨୦୧୪ ଓ ୨୦୧୬ରେ ସେବିଲାର କୋଚ୍‌ ହିସାବରେ ଏହି ଟାଇଟଲ ଜିତିଥିଲେ। ଦଳର ପ୍ରଦର୍ଶନରେ ସେ ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri