ରୁଷ ପାଇଁ ଆକାଶ ମାର୍ଗ ବନ୍ଦ କଲେ ୟୁରୋପ, କାନାଡା

ନୂଆଦିଲ୍ଲୀ,୨୭।୨: ରୁଷିଆ ବିମାନ ପାଇଁ ୟୁରୋପିୟ ଦେଶ ଓ କାନାଡା ତାଙ୍କର ଏୟାରସ୍ପେସ୍‌ ବନ୍ଦ କରି ଦେଇଛନ୍ତି। ୟୁକ୍ରେନ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଲାଗି ଏଭଳି ଅପ୍ରତ୍ୟାଶିତ ପଦକ୍ଷେପ ନିଆଯାଇଛି।

ରୁଷିଆକୁ ସେମାନଙ୍କ ଏୟାରସ୍ପେସ୍‌ ବ୍ୟବହାର ଉପରେ ବ୍ରିଟେନ ବ୍ୟାନ ଲଗାଇବା ପରେ ଜର୍ମାନୀ ଓ ଫ୍ରାନ୍ସ ମଧ୍ୟ ସମାନ ପଦକ୍ଷେପ ନେଇଛନ୍ତି। ୟୁକ୍ରେନ ଉପରେ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ପୁଟିନଙ୍କ ବିରୋଧରେ ଅର୍ଥନୈତିକ ଯୁଦ୍ଧ ଆରମ୍ଭ କରିଛନ୍ତି ନଟୋ ସହଯୋଗୀ ଦେଶମାନେ।

“ସମସ୍ତ ରୁଷିଆନ ବିମାନ ଓ ଏୟାରଲାଇନ୍ସ ପାଇଁ ଫ୍ରାନ୍ସ ରବିବାର ସନ୍ଧ୍ୟାଠାରୁ ଏହାର ଏୟାର ସ୍ପେସ୍‌ ବନ୍ଦ କରୁଛି” ବୋଲି ଫ୍ରେଞ୍ଚ ପରିବହନ ମନ୍ତ୍ରୀ ଜିନ ଜେବାରି ଏକ ଟୁଇଟ୍‌ରେ କହିଛନ୍ତି। କାନାଡା ସମେତ ନାର୍ଡିକ ଦେଶ ସ୍ବିଡେନ, ଫିନଲାଣ୍ଡ, ଡେନମାର୍କ ଓ ଆଇସ୍‌ ଲାଣ୍ଡ ମଧ୍ୟ ସମାନ ପ୍ରକାର ଘୋଷଣା କରିଛନ୍ତି। ଏଥିପୂର୍ବରୁ ବ୍ରିଟେନ, ପୋଲାଣ୍ଡ, ବୁଲଗେରିଆ, ଚେକ୍‌ ରିପବ୍ଲିକ, ରୋମାନିଆ ସେମାନଙ୍କ ଏୟାରସ୍ପେସ୍‌ ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri