Posted inଖେଳ

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ ପ୍ରଥମ ଦେଶ ଭାବେ କୌଣସି ମହାଦେଶୀୟ ଟୁର୍ନାମେଣ୍ଟରେ ୨ଟି ଆତ୍ମଘାତୀ ଗୋଲ ଦ୍ୱାରା ପରାସ୍ତ ହୋଇଛି। ଏହି ବିଜୟ ସହ ଜର୍ମାନୀ ପୁଣିଥରେ ଗ୍ରୁପ୍‌ ପର୍ଯ୍ୟାୟରୁ ବାଦ୍‌ ପଡିବାର ସମ୍ଭାବନାକୁ ଦୂର କରିଛି। ଏହି ବିଜୟ ଆମ ପାଇଁ ବେଶ୍‌ ମହତ୍ତ୍ୱ ରଖୁଛି ବୋଲି କୋଚ୍‌ ଜୋଆଚିମ ଲୋ କହିଛନ୍ତି।
ମ୍ୟାଚ୍‌ର ୧୫ତମ ମିନିଟ୍‌ରେ କ୍ରିଷ୍ଟିଆନୋ ରୋନାଲ୍ଡୋ ପ୍ରଥମ ଗୋଲ ଦେଇ ପର୍ତ୍ତୁଗାଲକୁ ଅଗ୍ରଣୀ କରାଇଥିଲେ। କିନ୍ତୁ ଏହାପରେ ପ୍ରଥମାର୍ଦ୍ଧରେ ହିଁ ପର୍ତ୍ତୁଗାଲ ତରଫରୁ ଦୁଇଟି ଆତ୍ମଘାତୀ ଗୋଲ କରାଯାଇଥିଲା। ଦଳ ତରଫରୁ ରୁବେନ ଡିଆସ ଓ ରଫାଏଲ ଗୁଏରେଇରୋ ଯଥାକ୍ରମେ ୩୫ ଓ ୩୯ତମ ମିନିଟ୍‌ରେ ଦୁଇଟି ଆତ୍ମଘାତୀ ଗୋଲ ଦେଇ ପର୍ତ୍ତୁଗାଲକୁ ବ୍ୟାକ୍‌ଫୁଟକୁ ନେଇଯାଇଥିଲେ। ଏଥିସହ ଜର୍ମାନୀ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟାର୍ଦ୍ଧରେ ଜର୍ମାନୀ ତରଫରୁ କାଇ ହାଭେର୍ଜ ୫୧ତମ ଓ ରବିନ ଗୋସେନ୍ସ ୬୦ତମ ମିନିଟ୍‌ରେ ଗୋଲ ଦେଇଥିଲେ। ଫଳରେ ଜର୍ମାନୀ ୪-୧ ଗୋଲରେ ଅଗ୍ରଣୀ ହାସଲ କରିଥିଲା। ଶେଷରେ ପର୍ତ୍ତୁଗାଲ ପକ୍ଷରୁ ଡିଓଗୋ ଜୋଟା ୬୭ତମ ମିନିଟ୍‌ରେ ଗୋଲ ଦେଇ ପରାଜୟ ବ୍ୟବଧାନକୁ କମାଇଥିଲେ ମଧ୍ୟ ଦଳକୁ ଜିତାଇପାରି ନ ଥିଲେ। ଜର୍ମାନୀ ଏହି ମ୍ୟାଚ୍‌ରେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ରୁଷିଆରେ ଅନୁଷ୍ଠିତ ୨୦୧୮ ଫିଫା ବିଶ୍ୱକପ୍‌ରେ ଜର୍ମାନୀ ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ନେଇ ବେଶ୍‌ ସମାଲୋଚିତ ହୋଇଥିଲା। ୨୦୧୪ରେ ବିଶ୍ୱକପ୍‌ ଜିତିଥିବା ଜର୍ମାନୀ ଏଥର ୟୁରୋକପ୍‌ରେ ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟରେ ରହିଛି। ଜର୍ମାନୀ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ହଙ୍ଗେରୀକୁ ବୁଧବାର ମ୍ୟୁନିକ୍‌ରେ ଭେଟିବ। ସେହିପରି ବୁଦାପେଷ୍ଟରେ ଫ୍ରାନ୍ସ ଓ ପର୍ତ୍ତୁଗାଲ ମୁହଁାମୁହିଁ ହେବେ।
ଗ୍ରୁପ୍‌ ଏଫ୍‌’ରେ ଜର୍ମାନୀ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ଦୁଇଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ଗୋଟିଏ ଡ୍ର ସହ ୪ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି। ଅନ୍ୟପଟେ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ହାସଲ କରି ଗୋଲ ବ୍ୟବଧାନରେ ପଛରେ ପଡି ତୃତୀୟ ସ୍ଥାନରେ ରହିଛି। ହଙ୍ଗେରୀ ଗୋଟିଏ ପରାଜୟ ଓ ଡ୍ର ସହ ୧ ପଏଣ୍ଟ ହାସଲ କରି ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri