Posted inଖେଳ

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ ପ୍ରଥମ ଦେଶ ଭାବେ କୌଣସି ମହାଦେଶୀୟ ଟୁର୍ନାମେଣ୍ଟରେ ୨ଟି ଆତ୍ମଘାତୀ ଗୋଲ ଦ୍ୱାରା ପରାସ୍ତ ହୋଇଛି। ଏହି ବିଜୟ ସହ ଜର୍ମାନୀ ପୁଣିଥରେ ଗ୍ରୁପ୍‌ ପର୍ଯ୍ୟାୟରୁ ବାଦ୍‌ ପଡିବାର ସମ୍ଭାବନାକୁ ଦୂର କରିଛି। ଏହି ବିଜୟ ଆମ ପାଇଁ ବେଶ୍‌ ମହତ୍ତ୍ୱ ରଖୁଛି ବୋଲି କୋଚ୍‌ ଜୋଆଚିମ ଲୋ କହିଛନ୍ତି।
ମ୍ୟାଚ୍‌ର ୧୫ତମ ମିନିଟ୍‌ରେ କ୍ରିଷ୍ଟିଆନୋ ରୋନାଲ୍ଡୋ ପ୍ରଥମ ଗୋଲ ଦେଇ ପର୍ତ୍ତୁଗାଲକୁ ଅଗ୍ରଣୀ କରାଇଥିଲେ। କିନ୍ତୁ ଏହାପରେ ପ୍ରଥମାର୍ଦ୍ଧରେ ହିଁ ପର୍ତ୍ତୁଗାଲ ତରଫରୁ ଦୁଇଟି ଆତ୍ମଘାତୀ ଗୋଲ କରାଯାଇଥିଲା। ଦଳ ତରଫରୁ ରୁବେନ ଡିଆସ ଓ ରଫାଏଲ ଗୁଏରେଇରୋ ଯଥାକ୍ରମେ ୩୫ ଓ ୩୯ତମ ମିନିଟ୍‌ରେ ଦୁଇଟି ଆତ୍ମଘାତୀ ଗୋଲ ଦେଇ ପର୍ତ୍ତୁଗାଲକୁ ବ୍ୟାକ୍‌ଫୁଟକୁ ନେଇଯାଇଥିଲେ। ଏଥିସହ ଜର୍ମାନୀ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟାର୍ଦ୍ଧରେ ଜର୍ମାନୀ ତରଫରୁ କାଇ ହାଭେର୍ଜ ୫୧ତମ ଓ ରବିନ ଗୋସେନ୍ସ ୬୦ତମ ମିନିଟ୍‌ରେ ଗୋଲ ଦେଇଥିଲେ। ଫଳରେ ଜର୍ମାନୀ ୪-୧ ଗୋଲରେ ଅଗ୍ରଣୀ ହାସଲ କରିଥିଲା। ଶେଷରେ ପର୍ତ୍ତୁଗାଲ ପକ୍ଷରୁ ଡିଓଗୋ ଜୋଟା ୬୭ତମ ମିନିଟ୍‌ରେ ଗୋଲ ଦେଇ ପରାଜୟ ବ୍ୟବଧାନକୁ କମାଇଥିଲେ ମଧ୍ୟ ଦଳକୁ ଜିତାଇପାରି ନ ଥିଲେ। ଜର୍ମାନୀ ଏହି ମ୍ୟାଚ୍‌ରେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ରୁଷିଆରେ ଅନୁଷ୍ଠିତ ୨୦୧୮ ଫିଫା ବିଶ୍ୱକପ୍‌ରେ ଜର୍ମାନୀ ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ନେଇ ବେଶ୍‌ ସମାଲୋଚିତ ହୋଇଥିଲା। ୨୦୧୪ରେ ବିଶ୍ୱକପ୍‌ ଜିତିଥିବା ଜର୍ମାନୀ ଏଥର ୟୁରୋକପ୍‌ରେ ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟରେ ରହିଛି। ଜର୍ମାନୀ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ହଙ୍ଗେରୀକୁ ବୁଧବାର ମ୍ୟୁନିକ୍‌ରେ ଭେଟିବ। ସେହିପରି ବୁଦାପେଷ୍ଟରେ ଫ୍ରାନ୍ସ ଓ ପର୍ତ୍ତୁଗାଲ ମୁହଁାମୁହିଁ ହେବେ।
ଗ୍ରୁପ୍‌ ଏଫ୍‌’ରେ ଜର୍ମାନୀ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ଦୁଇଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ଗୋଟିଏ ଡ୍ର ସହ ୪ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି। ଅନ୍ୟପଟେ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ହାସଲ କରି ଗୋଲ ବ୍ୟବଧାନରେ ପଛରେ ପଡି ତୃତୀୟ ସ୍ଥାନରେ ରହିଛି। ହଙ୍ଗେରୀ ଗୋଟିଏ ପରାଜୟ ଓ ଡ୍ର ସହ ୧ ପଏଣ୍ଟ ହାସଲ କରି ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?