ୟୁରୋପ ଝିଅ ଓଡ଼ିଶା ବୋହୂ, ପ୍ରେମିକଙ୍କୁ ପାଇବା ପାଇଁ ପାରି ହେଲେ ସାତ ଦରିଆ, ପଡ଼ିଲା ହାତଗଣ୍ଠି

ଗଜପତି,୨୮ା୧୧(ଗିରିଧାରୀ ପରିଚ୍ଛା): କୁହାଯାଏ ପ୍ରେମ ଅନ୍ଧ। ପ୍ରେମକୁ ପାଇବା ପାଇଁ ଜଣେ କିଛି ବି କରିପାରେ। ପ୍ରେମିକ ହେଉ ବା ପ୍ରେମିକା ମନର ମଣିଷକୁ ପାଇବା ପାଇଁ ସବୁ ପ୍ରକାର ବାଧାବିଘ୍ନ ସାମ୍ନା କରିଥାଏ। ଏପରିକି ସାତ ଦରିଆ ପାରି ହୋଇ ଆସିବା ପାଇଁ ଟିକେ ବି ପଛଘୁଞ୍ଚା ଦିଏନି। ଠିକ୍‌ ସେମିତି ଘଟିଛି ଜଣେ ବିଦେଶୀ ଝିଅଙ୍କ ସହ।

ଏଭଳି ଏକ ଉଦାହରଣ ଦେଖିବାକୁ ମିଳିଛି ଗଜପତି ଜିଲା ପାରଳାଖେମୁଣ୍ଡିରେ। ନିଜ ପ୍ରେମକୁ ସାକାର କରିବା ପାଇଁ ୟୁରୋପ ସ୍ଲୋଭାକିଆର ଜଣେ ଯୁବତୀ ପାରଳାଖେମୁଣ୍ଡି ଆସିଥିବା ବେଳେ ପ୍ରେମିକ ମଧ୍ୟ ତାକୁ ଗ୍ରହଣ କରିଛନ୍ତି। ବାଜୁଛି ବାଜା, ଫୁଟୁଛି ବାଣ ବେଦୀରେ ପଡ଼ିଛି ହାତଗଣ୍ଠି। ପ୍ରେମିକ ପ୍ରେମିକା ଦୁହେଁ ଦୁହିଁଙ୍କୁ ଜୀବନସାଥୀ ରୂପରେ ପାଇ ବେଶ୍‌ ଖୁସି ଅଛନ୍ତି।
ଦୀର୍ଘ ବର୍ଷ ଧରି ରାଜୀବଙ୍କ ସଂସ୍ପର୍ଶରେ ରହିବା ପରେ ଏନା ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ଭଲ ପାଇ ବସିଥିଲେ। ପରେ ଏ ସମ୍ପର୍କରେ ଉଭୟେ ନିଜ ନିଜ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାର ହିନ୍ଦୁ ରୀତିନୀତି ଅନୁସାରେ ବିବାହ ସମ୍ପନ୍ନ ହୋଇଛି।
ଏନା ପାରଳାଖେମୁଣ୍ଡିରେ ପହଞ୍ଚିବା ପରେ ରାଜୀବଙ୍କ ପରିବାର ଲୋକେ ମଧ୍ୟ ତାଙ୍କୁ ଗ୍ରହଣ କରିଥିଲେ। ଏହା ସହ ଏନା ବୋହୂଙ୍କ ନାଁ ପରିବର୍ତ୍ତନ କରିଥିଲେ। ଭାରତୀୟ ନାଁ ଦେଇଥିଲେ ଅନନ୍ୟା। ଏହି ନାଁରେ ନିମନ୍ତ୍ରଣ କାର୍ଡ ପ୍ରସ୍ତୁତ କରିଛନ୍ତି। ଏହି ବିବାହ ଉତ୍ସବରେ ସମସ୍ତ ବନ୍ଧୁବାନ୍ଧବ ଓ ପ୍ରିୟଜନ ଯୋଗ ଦେଇଥିବା ବେଳେ ଖୁବ୍‌ଆଡ଼ମ୍ବର ସହକାରେ ଏହା ଅନୁଷ୍ଠିତ ହୋଇଛି। ଭାରତୀୟ ସଂସ୍କୃତି ପ୍ରତି ଏବେ ବିଭିନ୍ନ ପାଶ୍ଚାତ୍ୟ ଦେଶର ଲୋକେ ଆକୃଷ୍ଟ ହେଉଛନ୍ତି। ଯାହା ଏକ ଖୁସିର କଥା ବୋଲି କହିଛନ୍ତି ବୁଦ୍ଧିଜୀବୀ।
ପ୍ରେମକୁ ସଫଳ କରିବା ପାଇଁ ସ୍ଲୋଭାକିଆରୁ ପାରଳାଖେମୁଣ୍ଡି ଭଳି ଏକ ଉପାନ୍ତ ଅଞ୍ଚଳରେ ପହଞ୍ଚିବା ଏବଂ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କରିବା ଏନାଙ୍କ ସମର୍ପିତ ପ୍ରେମ ଭାବକୁ ଦର୍ଶାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri