Posted inଜାତୀୟ

ଜୋଷୀମଠରେ ବଡ଼ ଫାଟ: ତୁରନ୍ତ ଘର ଖାଲି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ଜୋଷୀମଠ ଅଞ୍ଚଳରେ ମାଟି ଦବିଛି। ଫଳରେ ଶହ ଶହ ଘରେ ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଜୋଷୀମଠରେ ମାଟି ଦବୁଥିବାରୁ ୫୬୦ରୁ ଊର୍ଦ୍ଧ୍ୱ ଘରେ ବଡ଼ ଧରଣର ଫାଟ ସୃଷ୍ଟି ହୋଇଛି। ୫୦ ପ୍ରତିଶତ ପରିବାର ରହୁଥିବା ଘରେ ବସବାସ କରିବା ବିପଜ୍ଜନକ ହୋଇପଡ଼ିଛି। ଏହାର ପ୍ରତିବାଦରେ ଜୋଷୀମଠରେ ବିକ୍ଷୋଭ ଜାରି ରହିଛି। ଅନ୍ୟପଟେ ଭୂସ୍ଖଳନ ଯୋଗୁ ଏକ ବିଲ୍ଡିଂ ଢଳିପଡ଼ିଛି। ଫଳରେ ସାରା ସହରରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସେଠାରେ ବଡ଼ ଧରଣର ବିପର୍ଯ୍ୟୟ ସୃଷ୍ଟି ହେବାକୁ ଯାଉଥିବା ବେଳେ ପ୍ରଶାସନିକ ଉଦାସୀନତାକୁ ନେଇ ଶୁକ୍ରବାର ସହରରେ ବନ୍ଦ ପାଳନ କରାଯାଇଥିଲା। ପ୍ରଶାସନ କେତେକ ବାସିନ୍ଦାଙ୍କୁ ସ୍ଥାନାନ୍ତର କରିଛନ୍ତି। ବଦ୍ରିନାଥ ଏବଂ ହେମକୁଣ୍ଡ ସାହିବ ରାସ୍ତା ମଧ୍ୟରେ ରହିଥିବା ମୁଖ୍ୟ ସହର ଜୋଷୀମଠର ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ ରଖାଯାଇଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ବୈଠକରେ ଡିଜିପି, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ସଚିବ ଏବଂ ବିପର୍ଯ୍ୟୟ ଅଧିକାରୀ ଉପସ୍ଥିତ ଥିଲେ। ଜୋଷୀମଠରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗଡ଼ଓ୍ବାଲ କମିଶନର ଓ ଜିଲାଅଧିକାରୀ ମଧ୍ୟ ବୈଠକରେ ସାମିଲ ହୋଇଥିଲେ। ଅନ୍ୟପଟେ ଶନିବାର ଧାମି ଜୋଷୀମଠ ପରିଦର୍ଶନ କରିବେ। ଭାଜପାର ଏକ ଟିମ୍‌ ମଧ୍ୟ ସେଠାକୁ ପଠାଯାଇଛି। ବିଶେଷଜ୍ଞ ଟିମ୍‌ ସ୍ଥିତି ଅନୁଧ୍ୟାନ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri