ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଉଚ୍ଛେଦ

ଆନନ୍ଦପୁର,୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଫକୀରମୋହନ ବସ୍‌ଷ୍ଟାଣ୍ଡକୁ ମଡେଲ ବସ୍‌ଷ୍ଟାଣ୍ଡରେ ପରିଣତ କରିବା ପାଇଁ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏ ନେଇ ପରିସରରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ କରିଛି। ମାତ୍ର ବିନା ଥଇଥାନରେ ଉଚ୍ଛେଦକୁ ନେଇ ବ୍ୟବସାୟୀ ଅସନ୍ତୋଷ ପ୍ରକାଶ କରିଛନ୍ତି।
ମୁତାବକ, ନିର୍ମାଣାଧୀନ ମଡେଲ ବସ୍‌ଷ୍ଟାଣ୍ଡ୍‌ ପରିସରରେ ରହିଥିବା ବହୁ ବ୍ୟବସାୟ ପ୍ରତିଷ୍ଠାନକୁ ପୂର୍ବରୁ ଉଚ୍ଛେଦ କରାଯାଇଛି। ମାତ୍ର ଖାତା ନଂ. ୧୨୭୯ ଓ ପ୍ଲଟ୍‌ ନଂ. ୪୯୯୪ରେ ଥିବା ପୌର ପରିଷଦର ଏକ ଗୃହକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏ ନେଇ ପ୍ରତିଷ୍ଠାନ ଉଚ୍ଛେଦ ହୋଇ ନ ଥିଲା। ଗୁରୁବାର ସନ୍ଧ୍ୟାରେ ପୌର ପରିଷଦ ଚିଠି ନଂ. ୪୬୩୪/୩ ନଭେମ୍ବର୨୦୨୨ ରେ ପ୍ରତିଷ୍ଠାନ କାନ୍ଥରେ ନୋଟିସ୍‌ ଲଗାଇ ସ୍ଥାନକୁ ଖାଲି କରିବାକୁ କୁହାଯାଇଥିଲା। ଆନନ୍ଦପୁର ତହସିଲକୁ ମଧ୍ୟ ସୂଚନା ଦିଆଯାଇଥିଲା। ଶୁକ୍ରବାର ପୂର୍ବାହ୍ନରେ ଆନନ୍ଦପୁର ରାଜସ୍ବ ଅଧିକାରୀ ପ୍ରଦୀପ ପାଢ଼ୀ, ତହସିଲଦାର ମାନସ ତ୍ରିପାଠୀ, ପୌର ଅଧିକାରୀ ଲଳିତ ନାୟକ ଉପସ୍ଥିତ ରହି ହୋଟେଲ ପ୍ରତିଷ୍ଠାନକୁ ଉଚ୍ଛେଦ କରିଥିଲେ।
ବ୍ୟବସାୟୀ ସରୋଜ ସିହ୍ନା କହିଛନ୍ତି ଯେ, ମଡେଲ ବସ୍‌ଷ୍ଟାଣ୍ଡ୍‌ ପାଇଁ ଜମି ଚିହ୍ନଟ ପ୍ରକ୍ରିୟାରେ ତାଙ୍କ ହୋଟେଲ୍‌ ଚିହ୍ନଟ ହୋଇଥିଲା। ଏଥିପାଇଁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟ ମାମଲାର ବିଚାର କରି ପ୍ରତିଷ୍ଠାନକୁ ଭାଙ୍ଗିବା ନେଇ ୧୫ ଦିନ ରହିତାଦେଶ ଦେଇଥିଲେ। ଏଥିସହ ବ୍ୟବସାୟୀଙ୍କୁ ଥଇଥାନ କରିବା ପାଇଁ ପୌର ପରିଷଦକୁ ନିର୍ଦ୍ଦେଶ ହୋଇଥିଲା। ଅବଧି ଶେଷ ହୋଇଥିଲେ ବି ଥଇଥାନ କରା ନ ଯାଇ ଉଚ୍ଛେଦ କରାଯାଇଛି ବୋଲି ବ୍ୟବସାୟୀ କହିଛନ୍ତି।
ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଛେଦ କରାଯାଇଥିବା ତହସିଲଦାର କହିଥିଲେ। ବ୍ୟବସାୟୀଙ୍କ ଥଇଥାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିବା ପୌର ଅଧିକାରୀ ନାୟକ ସୂଚନା ଦେଇଛନ୍ତି। ପୌର ଉପନଗରପାଳ ଦୁର୍ଗା ଚରଣ ଦଳେଇ ବ୍ୟବସାୟୀଙ୍କୁ ଆବଶ୍ୟକ ଥଇଥାନ କରିବାକୁ ପୌର ଅଧିକାରୀଙ୍କୁ କହିଥିଲେ। ଆନନ୍ଦପୁର ଏସ୍‌ଡିପିଓ ପ୍ରଶାନ୍ତ ବେହେରାଙ୍କ ନେତୃତ୍ୱରେ ଆନନ୍ଦପୁର ଥାନା ଅଧିକାରୀ ସୁଶାନ୍ତ ଦାଶ ପୋଲିସ ଫୋର୍ସ ସହିତ ଘଟଣାସ୍ଥଳରେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri