ଦୁର୍ଘଟଣାର ୧୮ ଦିନ ପରେ ବି ଚେତା ଫେରୁନି

ନୂଆଗାଁ,୨୭।୧୧(ଡି.ଏନ.ଏ.): ୨ ସାଙ୍ଗଙ୍କ ସହ ବାଇକ୍‌ରେ ଘରକୁ ଫେରୁଥିବା ସମୟରେ ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାରେ ଗୁରୁତର ହୋଇଥିବା ଲିଙ୍କୁନ୍‌ ଏବେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ଇତିମଧ୍ୟରେ ୧୮ ଦିନ ବିତି ଥିଲେ ମଧ୍ୟ ଏଯାବତ ତାଙ୍କ ଚେତା ଫେରୁନି। ଆର୍ଥତ୍କ ଅନାଟନରେ ପରିବାର ଚଳୁଥିବା ବେଳେ ପୁଅର ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି । ତେଣୁ ତାଙ୍କ ଚିକିତ୍ସା ପାଇଁ ସରକାରୀ କିମ୍ବା ବେସରକାରୀସ୍ତରରେ ସହାୟତା ଦେବାକୁ ଗ୍ରାମବାସୀଙ୍କ ତରଫରୁ ନିବେଦନ କରାଯାଇଛି।

ସୂଚନା ଅନୁଯାୟୀ, ଗତ ୭ ତାରିଖ ଦିନ ନୟାଗଡ଼ ଜିଲା ନୂଆଗାଁ ଥାନା ସଂପଡା ଗ୍ରାମର ଲିଙ୍କୁନ ସାହୁ ଦଶପଲ୍ଲା ପଟୁ ୨ ସାଙ୍ଗଙ୍କ ସହ ବାଇକ୍‌ରେ ଘରକୁ ଫେରୁଥିଲେ । ମହିତମା ନିକଟରେ ଏକ ପିକଅପ୍‌ ଭ୍ୟାନ ସହ ତାଙ୍କ ବାଇକ୍‌ର ଧକ୍କା ହୋଇଥିଲା । ଏଥିରେ ୩ ବାଇକ୍‌ ଆରୋହୀ ଆହତ ହୋଇଥିଲେ।  ସମସ୍ତଙ୍କୁ ପ୍ରଥମେ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।  ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଦିନଠାରୁ ଲିଙ୍କୁନ ଚେତାଶୂନ୍ୟ ଅବସ୍ଥାରେ ଆଇସିୟୁରେ ରହିଛନ୍ତି। ଚିକିତ୍ସା ପାଇଁ ବିଜୁ ସ୍ବାସ୍ଥ୍ୟ କାର୍ଡର ଅନୁଦାନ ଶେଷ ହୋଇସାରିଛି ।
ଲିଙ୍କୁନଙ୍କ ବାପା ଜଣେ ଦିନ ମଜୁରିଆ । ସେ ଯାହା ରୋଜଗାର କରନ୍ତି ତାହା ପରିବାର ଚଳାଇବା ବି କଷ୍ଟକରି ହୋଇ ପଡୁଛି। ଏପରି ପରିସ୍ଥିତିରେ ପୁଅର ଚିକିତ୍ସା ପାଇଁ ଅର୍ଥର ଅଭାବ ଲାଗି ରହିଛି । ନିଜ ଘର ବିକ୍ରି ବାବଦରେ ମିଳିଥିବା ୪ ଲକ୍ଷ ଟଙ୍କା ସହ ଲୋକଙ୍କଠାରୁ ମିଳିଥିବା ୫୦ ହଜାର ଟଙ୍କାର ଖର୍ଚ୍ଚ ସରିଲାଣି। ତେଣୁ ଲିଙ୍କୁନର ଚିକିତ୍ସା ପାଇଁ ସହୃଦୟ ବ୍ୟକ୍ତି ଓ ରାଜ୍ୟ ସରକାର ସହଯୋଗ କରିବାକୁ ଗ୍ରାମବାସୀଙ୍କ ତରଫରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri