୧୨ ଦିନ ପରେ ବି ଗାଁକୁ ଆସିପାରୁନି ମୃତଦେହ

ଭବାନୀପାଟଣା,୨୧।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଦିନକୁ ଦିନ ଦାଦନ ସମସ୍ୟା ଉଗ୍ରରୂପ ନେଉଛି। କାମଧନ୍ଦା ନ ପାଇ ପେଟପାଟଣା ଆଶାରେ ଗରିବ ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ସେଠାରେ ଅନେକଙ୍କ ମୃତ୍ୟୁ ହେଉଥିବା ବେଳେ ଏବେ ବି ଅନେକ ନିଖୋଜ ଅଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ପୁଣି ସାମନାକୁ ଆସିଛି ଜିଲାର ଜୟପାଟଣା ବ୍ଲକର ବାଡକର୍ଲାକୋଟ ଗାଁରେ।

ଗାଁର ଶୋଭା ଭଏଂଶାଲ ଏବଂ ଧନମତି ଭଏଂଶାଲଙ୍କ ଏକମାତ୍ର ପୁଅ ଉମାଶଙ୍କର ଭଏଂଶାଲ(୨୮) ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ ସେଠାରେ ମୃତ୍ୟୁବରଣ କରିଛନ୍ତି। ତେବେ ମୃତ୍ୟୁ ହେବାର ୧୨ ଦିନ ପରେ ମଧ୍ୟ ପରିବାର ଲୋକେ ଅର୍ଥ ଭାବରୁ ମୃତଦେହ ଗାଁକୁ ଆଣି ପାରିନାହାନ୍ତି।

ପରିବାରର ଆର୍ଥିକ ଅଭାବ ଯୋଗୁ ଅଧିକ ରୋଜଗାର ଆଶାରେ ଗତବର୍ଷ ଫେବୃଆରୀରେ ଉମାଶଙ୍କର ଦାଦନ ଖଟିବାକୁ ଚେନ୍ନାଇ ଯାଇଥିଲେ। ସେଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ କିଛି ଦିନ ତଳେ ହଠାତ୍‌ ଦେହ ଅସୁସ୍ଥ ହେବାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତ ୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଚେନ୍ନାଇର ଏକ ଡାକ୍ତରଖାନାରୁ ଫୋନ ଆସିବା ପରେ ପୁଅର ମୃତ୍ୟୁ ଖବର ଶୁଣି ଉମାଶଙ୍କରଙ୍କ ମା’,ବାପା ଭାଙ୍ଗି ପଡିଥିଲେ।

ଅର୍ଥ ନ ଥିବାରୁ ଏଯାଏ ପୁଅର ମୃତଦେହ ମଧ୍ୟ ଆଣିପାରି ନାହାନ୍ତି। ଏପରିକି ପୁଅର ଶେଷ ଦର୍ଶନ ମଧ୍ୟ କରିପାରିବେ କି ନାହିଁ ବୋଲି ମା’ଭାଙ୍ଗି ପଡିଛି। ଅନେକ ଆଶା ଓ ସ୍ବପ୍ନ ନେଇ ଦାଦନ ଯାଇଥିବା ଉମାଶଙ୍କର ନିଜେ ଫେରି ପାରିଲେନି କି ତାଙ୍କ ମୃତଦେହ ମଧ୍ୟ ଘରକୁ ଫେରିପାରୁ ନାହିଁ।

ପଇସା ରୋଜଗାର ଆଶାରେ ଯାଇଥିବା ପୁଅକୁ ହରାଇ ଅଭାଗି ମା’ବାପା ଶେଷରେ ମୃତଦେହ ଗାଁକୁ ଆଣିବା ପାଇଁ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। କେବଳ ଉମାଶଙ୍କର ନୁହନ୍ତି ଜିଲାରେ କାମ ଧନ୍ଦା ନ ପାଇ ଅନେକ ଗରିବ ଲୋକ ଦୁଇ ପଇସା ରୋଜଗାର କରିବା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇ ଅନେକ ଶ୍ରମିକ ନିର୍ଯାତନାର ଶିକାର ହୋଇ ମୃତ୍ୟୁବରଣ କରୁଥିବା ସମ୍ନାକୁ ଆସିଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri