୨ ମାସ ପରେ ବି କାମ ଆରମ୍ଭ ହେଲାନି

ଯାଜପୁର ଅଫିସ,୩୧।୧୨: ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ ଅଧୀନରେ ଥିବା ଶଙ୍ଖଚିଳା ଠାରୁ ବରେଇ ଭାୟା ତଣ୍ଡରା ରାସ୍ତା ଅତି ଶୋଚନୀୟ ହୋଇ ପଡିଛି। ଏହାର ମରାମତି କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଏକାଧିକ ଥର ଦାବି କରିବା ପରେ ୨୦୨୨-୨୩ରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା(ଏମଏମ୍‌ଏସ୍‌ୱାଇ) ରାସ୍ତାର ଉନ୍ନତିକରଣ ପାଇଁ ସାମିଲ କରାଯାଇଛି। ସ୍ବତନ୍ତ୍ର ଶ୍ରେଣୀ ଠିକାଦାର ପ୍ରଦୀପ୍ତ କୁମାର ରାୟଙ୍କୁ ଏହି ନିର୍ମାଣ ଦାୟିତ୍ୱ ଦିଆଯାଇଛି। ୧୦ା୧୦ା୨୦୨୨ରେ ଉକ୍ତ ରାସ୍ତା କାମ ଆରମ୍ଭ କରାଯାଇ ୯ା୧୦ା୨୦୨୩ରେ ସମ୍ପୂର୍ଣ୍ଣ କରିବାକୁ ଠିକାଦାରଙ୍କ ସହ ଚୁକ୍ତି ହୋଇଛି। ହେଲେ କାଯର୍‌ୟ ଆରମ୍ଭ ନିର୍ଦ୍ଧାରିତ ତାରିଖର ପ୍ରାୟ ୨ ମାସ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ କାମ ଆରମ୍ଭ କରାଯାଇ ନାହିଁ। ତେଣୁ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ସମ୍ପୃକ୍ତ ଠିକାଦାରଙ୍କୁ ତାଗିଦ କରିବା ସହ ତୁରନ୍ତ କାମ ଆରମ୍ଭ କରି ନିର୍ଦ୍ଧାରିତ ସମୟ ସୀମାରେ ଶେଷ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହାବାଦ୍‌ ଏହି ଡିଭିଜନ ଅଧୀନରେ ୧୬ଟି ନୂତନ ଏମଏମଏସ୍‌ୱାଇ ରାସ୍ତା ନିର୍ମାଣ ହାତକୁ ନିଆଯାଇଛି।
ସହରାଞ୍ଚଳର ବିକାଶ ସହିତ ଗ୍ରାମାଞ୍ଚଳକୁ ସାମିଲ କରିବା ଉଦ୍ଦେଶ୍ୟରେ ଯୋଗାଯୋଗ ବ୍ୟବସ୍ଥାକୁ ଅଗ୍ରାଧିକାର ଦେଇ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ପ୍ରଣୟନ କରିଛନ୍ତି ା ତେବେ ବାକି ରହିଥିବା ବସତିଙ୍କ ଉଦ୍ଦେଶ୍ୟରେ ରାଜ୍ୟରେ ୨୦୧୪-୧୫ ବର୍ଷରୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟକାରୀ ହୋଇଛି ା ଗ୍ରାମ୍ୟ ରାସ୍ତାକୁ ସୁଦୃଢ ପକ୍କା ଏବଂ ଦୀର୍ଘସ୍ଥାୟୀ ରାସ୍ତା ନିର୍ମାଣ କରିବା ଏହି ଯୋଜନାର ଲକ୍ଷ୍ୟ ା ଯାଜପୁର ନିର୍ମାଣ ଡିଭିଜନ ଅଧୀନରେ ୮୫୩.୫୬ କିମି ରାସ୍ତା ଏବଂ ୬୩ଟି ପୋଲ ରହିଛି। ଯାଜପୁର ଜିଲାର ମନୋନୟନ କମିଟି ତରଫରୁ ପଞ୍ଚାୟତ ରାଜ ବିଭାଗର ୨୭ଟି ରାସ୍ତା ଏବଂ ଜଳସେଚନ ବିଭାଗର ୬ଟି ରାସ୍ତା ଗ୍ରାମ୍ୟ ନିର୍ମାଣ ବିଭାଗକୁ ହସ୍ତାନ୍ତରିତ କରିବାକୁ ପ୍ରସ୍ତାବ ରହିଛି। ଏହି କ୍ରମରେ ୫.୭୨୦ କିମି ବିଶିଷ୍ଟ ଶଙ୍ଖଚିଳାଠାରୁ ବରେଇ ଭାୟା ତଣ୍ଡରା ରାସ୍ତା ପାଇଁ ୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ହେଲେ ସଂପୃକ୍ତ ଠିକାଦାରଙ୍କ ମନମୁଖି ଏବଂ ଆନ୍ତରିକତାର ଅଭାବ ଯୋଗୁ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାରେ ଅବହେଳା ପ୍ରଦର୍ଶନ କରି ଆସୁଛନ୍ତି। ଜଣେ ପ୍ରଭାବଶାଳୀ ରାଜନେତାଙ୍କ ଆଶୀର୍ବାଦ ରହିଥିବାରୁ ଏହି ଠିକାଦାର ଜଣକ ବିଭାଗୀୟ ତାଗିଦକୁ ମଧ୍ୟ ଅଣଦେଖା କରୁଥିବା ଅଭିଯୋଗ ହୋଇଛି। ଫଳରେ ଏହି ରାସ୍ତା ଉପରେ ନିର୍ଭରଶୀଳ ପ୍ରାୟ ୧୫ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ତୁରନ୍ତ ରାସ୍ତା କାର୍ଯ୍ୟ ଆରମ୍ଭ କରିବା ସହ ବ୍ୟୟ ଅଟକଳ ଅନୁସାରେ ସୁଦୃଢ ରାସ୍ତା ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏଥିରେ ବ୍ୟତିକ୍ରମ ଘଟିଲେ ବ୍ୟାପକ ଆନ୍ଦୋଳନ ହେବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri