ବଦଳିର ୩୭ ଦିନ ପରେ ବି ଝାରସୁଗୁଡ଼ା ଛାଡ଼ିନାହାନ୍ତିି ଅଧିକାରୀ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଏନେଇ ନିର୍ବାଚନମଣ୍ଡଳୀରେ ପ୍ରଚାର ବେଶ୍‌ ସରଗରମ ହୋଇଛି। ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ଉପନିର୍ବାଚନ ହେଉଥିବା ନିର୍ବାଚନମଣ୍ଡଳୀରେ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରୁଥିବା ସରକାରୀ ଅଧିକାରୀଙ୍କୁ ବଦଳି କରାଯାଇଥାଏ। ସେହି ଅନୁଯାୟୀ ଗତ ମାର୍ଚ୍ଚ ୧୮ରେ ଝାରସୁଗୁଡ଼ାରେ କାର୍ଯ୍ୟରତ ୧୦ ପୋଲିସ ଅଧିକାରୀଙ୍କୁ ବଦଳି କରିବା ନେଇ ନିର୍ଦ୍ଦେଶ ପ୍ରକାଶ ପାଇଥିଲା। ଏହା ମଧ୍ୟରେ ବଦଳିର ୩୭ ଦିନ ପରେ ବି ଏ ପର୍ଯ୍ୟନ୍ତ କୌଣସି ଅଧିକାରୀଙ୍କୁ ସେଠାରୁ କାର୍ଯ୍ୟରୁ ନିବୃତ କରାଯାଇ ନାହିଁ। ଫଳରେ ଝାରସୁଗୁଡ଼ା ଉପନିର୍ବାଚନରେ ଶାସକ ଦଳ ସପକ୍ଷରେ ସେମାନେ ପ୍ରଚାର କାର୍ଯ୍ୟ କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ସିଇଓଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏମାନେ ଅଭିଯୋଗ କରିଛନ୍ତି, ବଦଳି ହୋଇଥିବା ଅଧିକାରୀମାନେ ସେ ସ୍ଥାନ ନ ଛାଡ଼ିବା ପର୍ଯ୍ୟନ୍ତ ଅବାଧ, ମୁକ୍ତ ନିର୍ବାଚନ ସମ୍ଭବ ନୁହେଁ। ବଦଳି କରାଯାଇଥିବା ପୋଲିସ ଅଧିକାରୀଙ୍କୁ ତୁରନ୍ତ ଝାରସୁଗୁଡ଼ାରୁ ବିଦା କରାଯାଉ। ଝାରସୁଗୁଡ଼ାରେ କିଭଳି ଆଇନ ଶୃଙ୍ଖଳା ଓ ଅବାଧ ମୁକ୍ତ ନିର୍ବାଚନ ଅନୁଷ୍ଠିତ ହେବ ତା’ ଉପରେ ଗୁରୁତ୍ୱ ଦିଆଯାଉ ନାହିଁ। ବଦଳି ସତ୍ତ୍ୱେ ସେଠାରେ ଥିବା ଅଧିକାରୀଙ୍କୁ ବିଜେଡିର ପ୍ରଚାର କାର୍ଯ୍ୟରେ ଲଗାଯାଉଛି, ଯାହା ନିର୍ବାଚନ ଆଚରଣ ବିରୋଧୀ। ପୋଲିସ ପ୍ରଶାସନ ଓ ସ୍ଥାନୀୟ ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟରେ ନିୟୋଜିତ କରାଇବା ବିଜେଡିର ଚିରାଚରିତ ଅଭ୍ୟାସ ବୋଲି ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri