ବଦଳିର ୩୭ ଦିନ ପରେ ବି ଝାରସୁଗୁଡ଼ା ଛାଡ଼ିନାହାନ୍ତିି ଅଧିକାରୀ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଏନେଇ ନିର୍ବାଚନମଣ୍ଡଳୀରେ ପ୍ରଚାର ବେଶ୍‌ ସରଗରମ ହୋଇଛି। ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ଉପନିର୍ବାଚନ ହେଉଥିବା ନିର୍ବାଚନମଣ୍ଡଳୀରେ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରୁଥିବା ସରକାରୀ ଅଧିକାରୀଙ୍କୁ ବଦଳି କରାଯାଇଥାଏ। ସେହି ଅନୁଯାୟୀ ଗତ ମାର୍ଚ୍ଚ ୧୮ରେ ଝାରସୁଗୁଡ଼ାରେ କାର୍ଯ୍ୟରତ ୧୦ ପୋଲିସ ଅଧିକାରୀଙ୍କୁ ବଦଳି କରିବା ନେଇ ନିର୍ଦ୍ଦେଶ ପ୍ରକାଶ ପାଇଥିଲା। ଏହା ମଧ୍ୟରେ ବଦଳିର ୩୭ ଦିନ ପରେ ବି ଏ ପର୍ଯ୍ୟନ୍ତ କୌଣସି ଅଧିକାରୀଙ୍କୁ ସେଠାରୁ କାର୍ଯ୍ୟରୁ ନିବୃତ କରାଯାଇ ନାହିଁ। ଫଳରେ ଝାରସୁଗୁଡ଼ା ଉପନିର୍ବାଚନରେ ଶାସକ ଦଳ ସପକ୍ଷରେ ସେମାନେ ପ୍ରଚାର କାର୍ଯ୍ୟ କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ସିଇଓଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏମାନେ ଅଭିଯୋଗ କରିଛନ୍ତି, ବଦଳି ହୋଇଥିବା ଅଧିକାରୀମାନେ ସେ ସ୍ଥାନ ନ ଛାଡ଼ିବା ପର୍ଯ୍ୟନ୍ତ ଅବାଧ, ମୁକ୍ତ ନିର୍ବାଚନ ସମ୍ଭବ ନୁହେଁ। ବଦଳି କରାଯାଇଥିବା ପୋଲିସ ଅଧିକାରୀଙ୍କୁ ତୁରନ୍ତ ଝାରସୁଗୁଡ଼ାରୁ ବିଦା କରାଯାଉ। ଝାରସୁଗୁଡ଼ାରେ କିଭଳି ଆଇନ ଶୃଙ୍ଖଳା ଓ ଅବାଧ ମୁକ୍ତ ନିର୍ବାଚନ ଅନୁଷ୍ଠିତ ହେବ ତା’ ଉପରେ ଗୁରୁତ୍ୱ ଦିଆଯାଉ ନାହିଁ। ବଦଳି ସତ୍ତ୍ୱେ ସେଠାରେ ଥିବା ଅଧିକାରୀଙ୍କୁ ବିଜେଡିର ପ୍ରଚାର କାର୍ଯ୍ୟରେ ଲଗାଯାଉଛି, ଯାହା ନିର୍ବାଚନ ଆଚରଣ ବିରୋଧୀ। ପୋଲିସ ପ୍ରଶାସନ ଓ ସ୍ଥାନୀୟ ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟରେ ନିୟୋଜିତ କରାଇବା ବିଜେଡିର ଚିରାଚରିତ ଅଭ୍ୟାସ ବୋଲି ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri