୪ ବର୍ଷ ପରେ ବି ସରୁନି ୪୦ ମିଟର ରାସ୍ତା କାମ

କଟକ ଅଫିସ,୧୪ା୪: ୪୦ ମିଟର ରାସ୍ତା କାମକୁ ୪ ବର୍ଷ ବିତିଯାଇଥିଲେ ବି ଶେଷ ହୋଇପାରୁନାହିଁ। ଏଥିପାଇଁ କଲ୍ୟାଣନଗର ବାସିନ୍ଦା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ କଲେ କର୍ତ୍ତୃପକ୍ଷ ଶୁଣୁ ନ ଥିବା ବେଳେ ଯାତାୟାତ ପାଇଁ ହଇରାଣ ହେବାକୁ ପଡୁଛି। ଅଭିଯୋଗ ମୁତାବକ କଲ୍ୟାଣନଗରରେ ଜାଇକାର ଡ୍ରେନ୍‌ କାମ ଚାଲୁଛି। ଏହି କାମ ବହୁ ବିଳମ୍ବ ହେଉଥିବାରୁ ଲୋକେ ସମସ୍ୟା ଭୋଗୁଛନ୍ତି। କେତେକ ସ୍ଥାନରେ ଖୋଳିଦିଆଯାଉଛି କିନ୍ତୁ ମରାମତି କରାଯାଉନାହିଁ। କାମ ସରୁ ନ ଥିବାରୁ ବର୍ଷାଜଳ ନିଷ୍କାସନରେ ବାଧା ସୃଷ୍ଟି ହେଉଛି। ବର୍ଷା ହେଲେ ଅଞ୍ଚଳ ଜଳମଗ୍ନ ହୋଇ ଘରେ ପାଣି ପଶୁଛି। କଲ୍ୟାଣନଗର ରାସ୍ତା ଓଏମ୍‌ପି ମୁଖ୍ୟରାସ୍ତାକୁ ସଂଯୋଗ କରୁଥିବାବେଳେ ଏଭଳି ବିପର୍ଯ୍ୟସ୍ତ ସ୍ଥିତି ଯୋଗୁ ଦୈନନ୍ଦିନ ଛୋଟ ବଡ଼ ଦୁର୍ଘଟଣା ଘଟି ଲୋକେ ଆହତ ହେଉଛନ୍ତି। କିଛିଦିନ ତଳେ ଜଣେ ସ୍କୁଲ ପିଲା ଏହି ରାସ୍ତାରେ ଯିବାବେଳେ ସାଇକେଲରୁ ଖସିପଡ଼ି ଆହତ ହୋଇଥିଲେ। ମୁଖ୍ୟ ରାସ୍ତାଟିକୁ ଖୋଳି ଦିଆଯାଇଥିବାରୁ ଆମ୍ବୁଲାନ୍ସ ଅଧାବାଟରେ ଅଟକି ରହୁଛି। ଏପରି କି ଲୋକେ କାହା ନିକଟରେ ଅଭିଯୋଗ କରିବେ ସେ ସଂକ୍ରାନ୍ତରେ କୌଣସି ସୂଚନାଫଳକ ଲଗାଯାଇନାହିଁ। ଦୀର୍ଘବର୍ଷ ଧରି ଏଭଳି ଅସୁବିଧା ଲାଗିରହିଥିବାରୁ ଅଞ୍ଚଳବାସୀ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି। ଜାଇକାର ବିଳମ୍ବିତ କାର୍ଯ୍ୟ ଯୋଗୁ ସମସ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଜନଅସନ୍ତୋଷ ମଧ୍ୟ ବୃଦ୍ଧି ପାଉଛି। ଏ ସଂକ୍ରାନ୍ତରେ ମେୟର ସୁବାସ ସିଂ କହିଛନ୍ତି, ଜାଇକା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି ଓ ଖୁବ୍‌ଶୀଘ୍ର ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri