୪ ବର୍ଷ ପରେ ବି ମିଳିନି ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୫।୫:୨୦୧୯ରେ ଫନୀ ବାତ୍ୟାରେ ଜଗତ୍‌ସିଂହପୁର ସମେତ ମୋଟ ୧୦ ଜିଲା ପ୍ରଭାବିତ ହୋଇଥିଲା। ବାତ୍ୟା ପରେ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦେବେ ବୋଲି ଘୋଷଣା କରିଥିଲେ। ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ଜିଲାର ସହସ୍ରାଧିକ ଚାଷୀ ବିପର୍ଯ୍ୟୟ ସହାୟତା ପାଇପାରିଲେ ନାହିଁ। ଏନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଆଗକୁ ଆଉ ଏକ ବାତ୍ୟା ଆଶଙ୍କା ଥିବାରୁ ଚାଷୀକୁଳ ଭୟରେ ଦିନ କାଟୁଛନ୍ତି। ଏହା ଜିଲା ପ୍ରଶାସନର ଅପାରଗତାକୁ ପାଦରେ ପକାଇଛି ବୋଲି ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି। ଆଗାମୀ ଦିନରେ ଚାଷୀଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନାତ୍ମକ ପଦକ୍ଷେପ ନିଆଯିବ ବୋଲି ସଙ୍ଗଠନର ରାଜ୍ୟ ସହ ସଂଯୋଜକ ରଶ୍ମିରଞ୍ଜନ ସ୍ବାଇଁ ଚେତାବନୀ ଦେଇଛନ୍ତି।
ସ୍ବାଇଁ କହିଛନ୍ତି, ଫନୀ ପ୍ରଭାବରେ ଜିଲାର ବହୁ ସଂଖ୍ୟକ ବାସଗୃହ, ଗୁହାଳ, ଉଦ୍ୟାନ କୃଷି କ୍ଷତିଗ୍ରସ୍ତ ହୋଇଥିଲା। ଜିଲାର ୧୮୩ ପଞ୍ଚାୟତର ୧୦୫୦ ରାଜସ୍ବ ଗ୍ରାମ ଓ ଗୋଟିଏ ପୌର ପରିଷଦର ମୋଟ ୨୨୨୪୫.୪୪ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଥିଲା ବୋଲି ଆକଳନରୁ ଜଣାଯାଇଥିଲା। ଏ ପରିପ୍ରେକ୍ଷୀରେ ବିପର୍ଯ୍ୟୟ କ୍ଷୟକ୍ଷତିର ଠିକ୍‌ ଆକଳନ ସହ କ୍ଷତିଗ୍ରସ୍ତଙ୍କୁ ଠିକଣା ସମୟରେ ଉପଯୁକ୍ତ ସହାୟତା ରାଶି ପ୍ରଦାନ ପାଇଁ ଦାବି ହୋଇଥିଲା। ଜିଲାପାଳଙ୍କ ପକ୍ଷରୁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗରେ ପହଞ୍ଚତ୍ଲା ପରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସମସ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ରାଶି ମିଳିପାରିନାହିଁ। ଏ ସମ୍ପର୍କରେ ଜିଲା ମୁଖ୍ୟ କୃଷି ଅଧିକାରୀ ନବ କିଶୋର ମହାପାତ୍ରଙ୍କୁ ପଚାରିବାରୁ,ସେ ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ବାସ୍ତବସ୍ଥିତି ଉପରେ ସମ୍ପୂର୍ଣ୍ଣଭାବେ ଅବଗତ ନାହାନ୍ତି। ତଥାପି କେତେଜଣ କ୍ଷତିଗ୍ରସ୍ତ ସହାୟତା ପାଇନାହାନ୍ତି ତାହାବୁଝି ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି କହିଛନ୍ତି। ଏ ସମ୍ପର୍କରେ ଉଦ୍ୟାନ କୃଷି ସହକାରୀ ନିର୍ଦ୍ଦେଶକ ପ୍ରଦୀପ କୁମାର ବଳ କହିଛନ୍ତି, ପ୍ରକୃତରେ ଅନେକ ଚାଷୀ ସହାୟତା ରାଶିପାଇନାହାନ୍ତି। ତେଣୁ ସେମାନଙ୍କୁ ସହାୟତା ମିଳିବା ପାଇଁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri