୪ ବର୍ଷ ପରେ ବି ମିଳିନି ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୫।୫:୨୦୧୯ରେ ଫନୀ ବାତ୍ୟାରେ ଜଗତ୍‌ସିଂହପୁର ସମେତ ମୋଟ ୧୦ ଜିଲା ପ୍ରଭାବିତ ହୋଇଥିଲା। ବାତ୍ୟା ପରେ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦେବେ ବୋଲି ଘୋଷଣା କରିଥିଲେ। ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ଜିଲାର ସହସ୍ରାଧିକ ଚାଷୀ ବିପର୍ଯ୍ୟୟ ସହାୟତା ପାଇପାରିଲେ ନାହିଁ। ଏନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଆଗକୁ ଆଉ ଏକ ବାତ୍ୟା ଆଶଙ୍କା ଥିବାରୁ ଚାଷୀକୁଳ ଭୟରେ ଦିନ କାଟୁଛନ୍ତି। ଏହା ଜିଲା ପ୍ରଶାସନର ଅପାରଗତାକୁ ପାଦରେ ପକାଇଛି ବୋଲି ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି। ଆଗାମୀ ଦିନରେ ଚାଷୀଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନାତ୍ମକ ପଦକ୍ଷେପ ନିଆଯିବ ବୋଲି ସଙ୍ଗଠନର ରାଜ୍ୟ ସହ ସଂଯୋଜକ ରଶ୍ମିରଞ୍ଜନ ସ୍ବାଇଁ ଚେତାବନୀ ଦେଇଛନ୍ତି।
ସ୍ବାଇଁ କହିଛନ୍ତି, ଫନୀ ପ୍ରଭାବରେ ଜିଲାର ବହୁ ସଂଖ୍ୟକ ବାସଗୃହ, ଗୁହାଳ, ଉଦ୍ୟାନ କୃଷି କ୍ଷତିଗ୍ରସ୍ତ ହୋଇଥିଲା। ଜିଲାର ୧୮୩ ପଞ୍ଚାୟତର ୧୦୫୦ ରାଜସ୍ବ ଗ୍ରାମ ଓ ଗୋଟିଏ ପୌର ପରିଷଦର ମୋଟ ୨୨୨୪୫.୪୪ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଥିଲା ବୋଲି ଆକଳନରୁ ଜଣାଯାଇଥିଲା। ଏ ପରିପ୍ରେକ୍ଷୀରେ ବିପର୍ଯ୍ୟୟ କ୍ଷୟକ୍ଷତିର ଠିକ୍‌ ଆକଳନ ସହ କ୍ଷତିଗ୍ରସ୍ତଙ୍କୁ ଠିକଣା ସମୟରେ ଉପଯୁକ୍ତ ସହାୟତା ରାଶି ପ୍ରଦାନ ପାଇଁ ଦାବି ହୋଇଥିଲା। ଜିଲାପାଳଙ୍କ ପକ୍ଷରୁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗରେ ପହଞ୍ଚତ୍ଲା ପରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସମସ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ରାଶି ମିଳିପାରିନାହିଁ। ଏ ସମ୍ପର୍କରେ ଜିଲା ମୁଖ୍ୟ କୃଷି ଅଧିକାରୀ ନବ କିଶୋର ମହାପାତ୍ରଙ୍କୁ ପଚାରିବାରୁ,ସେ ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ବାସ୍ତବସ୍ଥିତି ଉପରେ ସମ୍ପୂର୍ଣ୍ଣଭାବେ ଅବଗତ ନାହାନ୍ତି। ତଥାପି କେତେଜଣ କ୍ଷତିଗ୍ରସ୍ତ ସହାୟତା ପାଇନାହାନ୍ତି ତାହାବୁଝି ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି କହିଛନ୍ତି। ଏ ସମ୍ପର୍କରେ ଉଦ୍ୟାନ କୃଷି ସହକାରୀ ନିର୍ଦ୍ଦେଶକ ପ୍ରଦୀପ କୁମାର ବଳ କହିଛନ୍ତି, ପ୍ରକୃତରେ ଅନେକ ଚାଷୀ ସହାୟତା ରାଶିପାଇନାହାନ୍ତି। ତେଣୁ ସେମାନଙ୍କୁ ସହାୟତା ମିଳିବା ପାଇଁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri