୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) – ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା ଏହି ବିଦ୍ୟାଳୟ ପ୍ରତି ନା ପଡୁଛି ଏନଏସିର ନଜର ନା ପଡୁଛି ଶିକ୍ଷାବିଭାଗର ନଜର। ସେଥିଲାଗି ଶିକ୍ଷକ ଠାରୁ ଆରମ୍ଭ କୁନି କୁନି ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଚମ୍ପୁଆ ସହରର ମଧ୍ୟଭାଗରେ ଥିବା ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ। ୧୯୭୯ ମସିହା ମେ’ ୨୨ ତାରିଖରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୩୮ ପିଲା ଏହି ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ବହୁ ଛାତ୍ରୀଛାତ୍ର ଏଠାରୁ ପାଠ ପଢ଼ି ଭଲ ମଣିଷ ହୋଇଛନ୍ତି। କିନ୍ତୁ ଭବିଷ୍ୟତ ଗଢ଼ୁଥିବା ଏହି ସ୍କୁଲ ବହୁ ବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡ଼ିରହିଛି। ବିଦ୍ୟାଳୟ ପାଇଁ ଉନ୍ନତି ଅର୍ଥ ଆସୁଛି ମାତ୍ର ତାହା ବିଦ୍ୟାଳୟର କୌଣସି କାମରେ ଲାଗୁନାହିଁ। ଚମ୍ପୁଆ ପଞ୍ଚାୟତରୁ ଏନଏସି ହୋଇ ୫ ବର୍ଷ ପୂରଣ କରିବାକୁ ଗଲାଣି। ବିଦ୍ୟାଳୟର ଉଭୟ ପାର୍ଶ୍ୱରେ ପକ୍କା ସଡକ କରାଯାଇଛି। ମାତ୍ର ଏହା ବିଦ୍ୟାଳୟକୁ ସଂଯୋଗ କରାଯାଇ ନାହିଁ। ଏପରିକି ଏହି ବିଦ୍ୟାଳୟର ଅନତି ଦୂରରେ ବିଆରସିସି( ଗୋଷ୍ଠି ସାଧାନ କେନ୍ଦ୍ର) ରହିଛି। ସର୍ବ ଶିକ୍ଷା ଅଭିଯାନରେ ବିଭିନ୍ନ କାଯର୍‌ୟକ୍ରମ ଏଠାରେ ଅନୁଷ୍ଠିତ ହେଉଥିବା ବେଳେ ଶିକ୍ଷା ବିଭାଗର ବହୁ ଅଧିକାରୀ ଉକ୍ତ କେନ୍ଦ୍ରକୁ ଗସ୍ତ କରନ୍ତି। ମାତ୍ର ନିକଟରେ ଥିବା ଏହି ବିଦ୍ୟାଳୟ ପ୍ରତି କାହାର ଶୁଭ ନଜର ପଡୁ ନାହିଁ। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ କହିଛନ୍ତି ଯେ, ବିଦ୍ୟାଳୟ ଉନ୍ନତି ଫଣ୍ଡରୁ ତୁରନ୍ତ ମୋରମ ପକାଯାଇ ରାସ୍ତା କରାଯିବା ପରେ ପକ୍କା ସଡକ ପାଇଁ ଏନଏସି ବିଭାଗକୁ ଚିଠି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri