ଉଦ୍‌ଘାଟନର ୪୮ ଘଣ୍ଟା ପରେ ବି ମଣ୍ଡିରୁ ଉଠୁନି ଧାନ

କର୍ଲାମୁଣ୍ଡା,୩ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ୩ ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ସିଧାସଳଖ ଭାବେ ଚାଷୀଙ୍କଠାରୁ ଧାନ କ୍ରୟ ପାଇଁ ମଣ୍ଡିଗୁଡ଼ିକୁ ସ୍ଥାନୀୟ ତହସିଲଦାର ମିଳନ କୁମାର ଝାଙ୍କର ଉଦ୍‌ଘାଟନ କରିଥିଲେ। ତେବେ ଉଦ୍‌ଘାଟନ ହେବାର ୪୮ଘଣ୍ଟା ବିତିଥିଲେ ହେଁ ମଣ୍ଡିଗୁଡ଼ିକରେ ପଡ଼ିଥିବା ଚାଷୀଙ୍କ ଧାନ ବର୍ତ୍ତମାନ ସୁଦ୍ଧା ଉଠି ନ ଥିବା ଓ ମିଲ୍‌ ମାଲିକମାନେ କ୍ୱିଣ୍ଟାଲ ପିଛା ୭ କେଜି କଟ୍‌ନୀ ପାଇଁ ଅଡ଼ି ବସିଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇ ଥିବା ଚାଷୀ ଲିଙ୍ଗରାଜ ସାହୁ ଅଭିଯୋଗ କରିଛନ୍ତି। ଏନେଇ ତହସିଲଦାର ମିଳନ କୁମାର ଝାଙ୍କରଙ୍କୁ ପଚାରିବାରୁ ଏ ବିଷୟରେ ମୋ ପାଖରେ ସୁଚନା ନାହିଁ ବୋଲି କହିଥିବା ବେଳେ କର୍ଲାମୁଣ୍ଡା ସମବାୟ ସମିତିର ସମ୍ପାଦକ ଭବାନୀ ଶଙ୍କର ସାହୁ ଏହି ସମସ୍ୟା ବିଷୟରେ ସମସ୍ତଙ୍କୁ ସୂଚନା ଦେଇଥିବା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କର୍ଲାମୁଣ୍ଡା ମଣ୍ଡିରେ ୧୦ ଜଣ ଚାଷୀଙ୍କ ୧୦୨୭ ବସ୍ତା ଧାନ, ଜୋରାଡବରା ସମବାୟ ସମିତିର ମଣ୍ଡିରେ ୧୩ ଜଣ ଚାଷୀଙ୍କ ୧୨୫୨ ବସ୍ତା ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ଥୁଆମୂଳ ରାମପୁରରେ ଜନ ଭାଗୀଦାରି ଅଭିଯାନ

ଥୁଆମୂଳ ରାମପୁର, ୨୧ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଭାରତ ସରକାରଙ୍କ ଜନଜାତି ମନ୍ତ୍ରଣାଳୟ ପକ୍ଷରୁ ‘ଜନ ଭାଗୀଦାରି: ସବ୍‌ସେ ଦୂର, ସବ୍‌ସେ ପହେଲେ’ କାର୍ଯ୍ୟକ୍ରମ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri