୫୫ବର୍ଷ ପରେ ବି ହେଉନି ସମାଧାନ: ସ୍କୁଲରେ ତାଲା ପକାଇଲେ ଅଭିଭାବକ

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତ ଅଧୀନ ବଡ଼କମଣ୍ଡରା ପ୍ରାଥମିକ ବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ୧୯୬୬ରେ ପ୍ରତିଷ୍ଠିତ ଏହି ସ୍କୁଲରେ ଶିକ୍ଷକ ଅଭାବ ସହିତ ଶ୍ରେଣୀ କକ୍ଷର ମଧ୍ୟ ଅଭାବ ରହିଛି। ସ୍କୁଲକୁ ଯିବାକୁ ଭଲ ରାସ୍ତାଟିଏ ମଧ୍ୟ ନାହିଁ। ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୧୧୧ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ତେବେ ଏହି ସ୍କୁଲରେ ମାତ୍ର ୨ଜଣ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଥିବା ବେଳେ ଜଣେ ଶିକ୍ଷୟିତ୍ରୀ ପ୍ରାୟ ୪ମାସ ହେଲା ଛୁଟିରେ ଅଛନ୍ତି। ଫଳରେ ମାତ୍ର ଜଣେ ଶିକ୍ଷୟିତ୍ରୀ ପାଞ୍ଚଟି ଶ୍ରେଣୀର ପିଲାଙ୍କୁ କିପରି ପାଠ ପଢ଼ାଉଛନ୍ତି ସେନେଇ ଅଭିଭାବକ ଚିନ୍ତା ପ୍ରକଟ କରିଛନ୍ତି।

ସରକାରଙ୍କ ନିୟମାନୁଯାୟୀ ୩୦ପିଲାରେ ଜଣେ ଶିକ୍ଷକ ହିସାବରେ ୪ଜଣ ଶିକ୍ଷକ ନିଯୁକ୍ତି ପାଇବା ଜରୁରୀ ବୋଲି ଅଭିଭାବକମାନେ କହିଛନ୍ତି। ତେଣୁ ତୁରନ୍ତ ଶିକ୍ଷକ ନିଯୁକ୍ତି ସହିତ ରାସ୍ତାକୁ କଂକ୍ରିଟ କରିବା, ଅଧିକ ଶ୍ରେଣୀ କକ୍ଷ ନିର୍ମାଣ କରିବା ଓ ପରିସରକୁ ସୁରକ୍ଷିତ କରିବା ଆଦି ନେଇ ଅଭିଭାବକମାନେ ଦାବି କରିଛନ୍ତି। ଏନେଇ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି, ସ୍କୁଲରେ ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦେବାକୁ ବିଇଓଙ୍କୁ କୁହାଯାଇଛି। ସେହିପରି ଅନ୍ୟାନ୍ୟ ସମସ୍ୟାର ସମାଧାନ କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri