ସ୍ବାଧୀନତାର ୭୬ ବର୍ଷ ପରେ ବି ମିଳୁନି ମୌଳିକ ସୁବିଧା

ପାରଳାଖେମୁଣ୍ଡି,୨ା୨(ଗିରିଧାରୀ ପରିଛା): ଗଜପତି ଜିଲା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ। ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଏଠି ଲୋକଙ୍କ ଗମନାଗମନ, ପାନୀୟ ଜଳର ସୁବିଧା, ପାଠ ପଢାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ। ଜିଲାର ଗୁମ୍ମା ବ୍ଲକ ଅଧୀନ କୁଜାସିଂ ପଞ୍ଚାୟତ କୁଣ୍ଡେଇସିଂ ଗ୍ରାମକୁ ପକ୍କା ରାସ୍ତା ଟିଏ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଗ୍ରାମରେ ପ୍ରାୟ ପାଖାପାଖି ୧୦୦ ପରିବାର ରହୁଥିବା ବେଳେ ଜନସଂଖ୍ୟା ପ୍ରାୟ ୬୦୦ ଥିବା ଗ୍ରାମବାସୀ କହିଛନ୍ତି। ଗ୍ରାମକୁ ପକ୍କା ରାସ୍ତା ଟିଏ ନ ଥିବାରୁ ଅତିଆବଶ୍ୟକ ସାମଗ୍ରୀ ଆଣିବା କଷ୍ଟକର ହୋଇପଡୁଛି। ଏପରି କି ପଞ୍ଚାୟତରୁ ରାଶନ ସାମଗ୍ରୀ ଆଣିବାରେ ମଧ୍ୟ ଅସୁବିଧା ହେଉଛି।

ପିଲାମାନେ ପାଠ ପଢିବା ପାଇଁ ସ୍କୁଲକୁ ଯିବା ଆସିବା କରିବା, ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେଲେ ଗର୍ଭବତୀ ମା’ ମାନଙ୍କ ପାଇଁ ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରୁନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମରେ ନଳକୂପ ଅଛି କିନ୍ତୁ ତାହା ଅଚଳ ହୋଇ ପଡିଥିବାରୁ ବିଶୁଦ୍ଧ ପାନୀୟଜଳ ମିଳିପାରୁ ନାହିଁ।

ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ଅଛି ଛାତ୍ରୀଛାତ୍ରମାନଙ୍କ ପାଇଁ କୋଠା ଗୃହ ଆବଶ୍ୟକ ରହିଛି, ପକ୍କା ରୋଷେଇ ଗୃହ ଓ ଛାତ୍ରୀଛାତ୍ରମାନଙ୍କ ପାଇଁ ଶୌଚାଳୟ ନିର୍ମାଣ କରିବା ପାଇଁ ପ୍ରଶାସନକୁ ବାରମ୍ବାର ଲିଖିତ ଅଭିଯୋଗ କଲେ ମଧ୍ୟ ନିର୍ମାଣ ହୋଇ ପାରୁନାହିଁ। ତେବେ ଉକ୍ତ ସସସ୍ୟା ଗୁଡିକ ପଞ୍ଚାୟତ, ବ୍ଲକ ଓ ଜିଲା ପ୍ରଶାସନକୁ ଗୁହାରୀ କଲେ ମଧ୍ୟ କେହି ଶୁଣୁ ନ ଥିବା ଅଭିଯୋଗ କରିଛନ୍ତି। ଏହି ସବୁ ସମସ୍ୟାର ସମାଧାନ ନ ହେଲେ ୨୦୨୪ ସାଧାରଣ ନିର୍ବାଚନରେ ଗ୍ରାମବାସୀ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri