ଛାଡ଼ପତ୍ର ପରେ ବି ନିଜକୁ ସର୍ବଦା ଅବିବାହିତା କୁହନ୍ତି ଏହି ଅଭିନେତ୍ରୀ

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ମଲ୍ଲିକା ଶେରାଓ୍ବତ ୨୦୦୩ ମସିହାରେ ଫିଲ୍ମ ‘ଖ୍ବାହିଶ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ । ପ୍ରଥମ ଚଳଚ୍ଚିତ୍ରରେ ୧୭ଟି ଚୁମ୍ବନ ଦୃଶ୍ୟ ସହିତ ମଲ୍ଲିକା କ୍ୟାରିୟର ଆରମ୍ଭ କରିଥିଲେ। ତେବେ ମଲ୍ଲିକା ଫିଲ୍ମ ‘ମର୍ଡର’ରୁ ଖ୍ୟାତି ଅର୍ଜନ କରିଥିଲେ। କେବଳ ଫିଲ୍ମର ଗୀତ ସୁପରହିଟ ହୋଇ ନ ଥିଲା, ମଲ୍ଲିକା-ଇମ୍ରାନଙ୍କ ଯୋଡିକୁ ପ୍ରଶଂସକ ବହୁତ ପସନ୍ଦ କରିଥିଲେ।
ତେବେ ମଲ୍ଲିକାଙ୍କ ପ୍ରକୃତ ନାମ ହେଉଛି ରିମା ଲାମ୍ବା। ସେ ତାଙ୍କ ନାମ ରିମାରୁ ମଲ୍ଲିକାକୁ ପରିବର୍ତ୍ତନ କରିଥିଲେ। ଏହା ସହିତ ତାଙ୍କ ବିଷୟରେ ମଧ୍ୟ କୁହାଯାଇଛି ଯେ, ମଲ୍ଲିକା ବଲିଉଡରେ ଡେବ୍ୟୁ ପୂର୍ବରୁ ବିବାହ କରିଥିଲେ। ପରେ ତାଙ୍କର ଛାଡପତ୍ର ହୋଇଥିଲା।

ଅଧ୍ୟୟନ ସମାପ୍ତ କରିବା ପରେ ମଲ୍ଲିକା ଜଣେ ଏୟାରହୋଷ୍ଟେସ ଭାବରେ କାମ କରିଥିବା କୁହାଯାଉଛି। ଯେଉଁଠାରେ ସେ ପାଇଲଟ କରଣ ସିଂ ଗିଲଙ୍କୁ ଭେଟିଥିଲେ। କରଣଙ୍କଠାରୁ ବନ୍ଧୁତା ଆରମ୍ଭ ହୋଇଥିଲା। ଧୀରେ ଧୀରେ ଏହି ବନ୍ଧୁତା ପ୍ରେମରେ ପରିଣତ ହେଲା। ପରେ ବିବାହ। କିନ୍ତୁ ପ୍ରାୟ ଏକ ବର୍ଷ ପରେ ମଲ୍ଲିକା ଏବଂ କରଣଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଲା। ଉଭୟ ପରସ୍ପରକୁ ଛାଡପତ୍ର ଦେଇଥିଲେ । ତଥାପି, ମଲ୍ଲିକା ଏହାକୁ କେବେ ପ୍ରକାଶ କରିନାହାନ୍ତି । ସେ ଏପରି ପ୍ରଶ୍ନର କୌଣସି ଉତ୍ତର ଦିଅନ୍ତି ନାହିଁ। ସର୍ବଦା ନିଜକୁ ଅବିବାହିତା କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri