ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି। ବର୍ତ୍ତମାନ ସହରର ୧୯ଟି ଟିକାକରଣ କେନ୍ଦ୍ରରେ ଟିକାଦାନ ଚାଲିଛି। ସେଥିମଧ୍ୟରୁ କେତେକ କେନ୍ଦ୍ରରେ ଟିକାକରଣ ବ୍ୟବସ୍ଥିତ ଭାବେ ଚାଲିଥିବାବେଳେ ଅନ୍ୟ କେନ୍ଦ୍ରଗୁଡିକରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଭିନ୍ନ କେନ୍ଦ୍ରରେ ଟିକା ନେବା ପାଇଁ ଗହଳି ଲାଗୁଥିବାବେଳେ ଲୋକମାନେ ସାମାଜିକ ଦୂରତା ରଖୁ ନ ଥିବା ଦେଖିବାକୁ ମିଳୁଛି। ଟିକା ନେବା ପାଇଁ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିବା ବାଧ୍ୟତାମୂଳକ ରହିଛି। କେତେକ ସ୍ଥାନରେ ନାମ ପଞ୍ଜୀକରଣ ପାଇଁ ବସ୍ତି ଲୋକଙ୍କ ପାଖରେ ଆଣ୍ଡ୍ରୋଏଡ୍‌ ମୋବାଇଲ ଫୋନ୍‌ ନ ଥିବାବେଳେ ଆଉ କେତେକ ସ୍ଥାନରେ ଅନ୍‌ଲାଇନ୍‌ ବ୍ୟବସ୍ଥା ସମ୍ପର୍କରେ ଲୋକେ ଜାଣିପାରୁନାହାନ୍ତି। ଏପରି କି ଅନେକ ସ୍ଥାନରେ ନାମ ପଞ୍ଜୀକରଣ କରି ମଧ୍ୟ ଲୋକଙ୍କୁ ଟିକା ମିଳୁ ନ ଥିବା ଅଭିଯୋଗ ହୋଇଛି। ନୂଆବଜାର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣକୁ ନେଇ ବୁଧବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଟିକା ନେବା ପାଇଁ ଲୋକମାନେ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମୋବାଇଲକୁ ମେସେଜ୍‌ ଆସିଥିଲେ ମଧ୍ୟ ସେଥିମଧ୍ୟରୁ ଅଧିକାଂଶ ଲୋକଙ୍କୁ ଟିକା ମିଳି ନ ଥିଲା। ଦୀର୍ଘ ସମୟ ଧରି ଛିଡା ହେବା ପରେ ସେମାନଙ୍କୁ ନିରାଶ ହୋଇ ଘରକୁ ଫେରିବାକୁ ପଡିଥିଲା। ଏହାକୁ ନେଇ ସେମାନଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି।
ଚାଉଳିଆଗଞ୍ଜ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ନେବା ପାଇଁ ଲୋକଙ୍କ ଭିଡ ଲାଗିଥିଲା। ବର୍ତ୍ତମାନ ବେସରକାରୀ ଟିକାକେନ୍ଦ୍ରରେ ଟିକାଦାନ ବନ୍ଦ ରହିଛି। ହେଲେ ପଞ୍ଜୀକରଣ କରୁଥିବା ଲୋକମାନଙ୍କୁ ବେସରକାରୀ ଟିକାକେନ୍ଦ୍ରରେ ଟିକା ନେବା ପାଇଁ ମେସେଜ ଆସୁଛି। ଏଭଳି ଭାବେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଏବାବଦରେ କୋଭିଡ୍‌ ନୋଡାଲ ଅଧିକାରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ସିଟି ହସ୍ପିଟାଲରେ ଲୋକମାନେ କରୋନା ଗାଇଡ୍‌ଲାଇନ୍‌କୁ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସେଠାରେ ଲୋକମାନେ ସାମାଜିକ ଦୂରତା ରକ୍ଷା ନ କରି ଏକତ୍ରିତ ଛିଡା ହୋଇଥିଲେ। ଏପରି କି କେତେଜଣ ହାତରେ ମାସ୍କ ଧରି ଛିଡା ହୋଇଥିବା ଦେଖିବାକୁ ମିଳିଥିଲା। ଟିକାକେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ଦେଖାଦେଇଥିଲେ ମଧ୍ୟ ହସ୍ପିଟାଲରେ କୌଣସି ଅଧିକାରୀଙ୍କ ଦେଖା ମିଳି ନ ଥିଲା। ଏପରିକି ସିକ୍ୟୁରିଟି ଗାର୍ଡ କିମ୍ବା ପୋଲିସକୁ ମେଡିକାଲ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲା। ଏପରି ସ୍ଥଳେ ଲୋକେ ଟିକା ନେବା ପରିବର୍ତ୍ତେ କରୋନାରେ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି ବୋଲି ସେଠାରେ ଉପସ୍ଥିତ ଥିବା ଲୋକମାନେ ମତପ୍ରକାଶ କରିଛନ୍ତି। ଏ ନେଇ ସିଟି ହସ୍ପିଟାଲ ଅଧୀକ୍ଷକ ସୁଧାଂଶୁ ଗିରିଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri