ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି। ବର୍ତ୍ତମାନ ସହରର ୧୯ଟି ଟିକାକରଣ କେନ୍ଦ୍ରରେ ଟିକାଦାନ ଚାଲିଛି। ସେଥିମଧ୍ୟରୁ କେତେକ କେନ୍ଦ୍ରରେ ଟିକାକରଣ ବ୍ୟବସ୍ଥିତ ଭାବେ ଚାଲିଥିବାବେଳେ ଅନ୍ୟ କେନ୍ଦ୍ରଗୁଡିକରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଭିନ୍ନ କେନ୍ଦ୍ରରେ ଟିକା ନେବା ପାଇଁ ଗହଳି ଲାଗୁଥିବାବେଳେ ଲୋକମାନେ ସାମାଜିକ ଦୂରତା ରଖୁ ନ ଥିବା ଦେଖିବାକୁ ମିଳୁଛି। ଟିକା ନେବା ପାଇଁ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିବା ବାଧ୍ୟତାମୂଳକ ରହିଛି। କେତେକ ସ୍ଥାନରେ ନାମ ପଞ୍ଜୀକରଣ ପାଇଁ ବସ୍ତି ଲୋକଙ୍କ ପାଖରେ ଆଣ୍ଡ୍ରୋଏଡ୍‌ ମୋବାଇଲ ଫୋନ୍‌ ନ ଥିବାବେଳେ ଆଉ କେତେକ ସ୍ଥାନରେ ଅନ୍‌ଲାଇନ୍‌ ବ୍ୟବସ୍ଥା ସମ୍ପର୍କରେ ଲୋକେ ଜାଣିପାରୁନାହାନ୍ତି। ଏପରି କି ଅନେକ ସ୍ଥାନରେ ନାମ ପଞ୍ଜୀକରଣ କରି ମଧ୍ୟ ଲୋକଙ୍କୁ ଟିକା ମିଳୁ ନ ଥିବା ଅଭିଯୋଗ ହୋଇଛି। ନୂଆବଜାର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣକୁ ନେଇ ବୁଧବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଟିକା ନେବା ପାଇଁ ଲୋକମାନେ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମୋବାଇଲକୁ ମେସେଜ୍‌ ଆସିଥିଲେ ମଧ୍ୟ ସେଥିମଧ୍ୟରୁ ଅଧିକାଂଶ ଲୋକଙ୍କୁ ଟିକା ମିଳି ନ ଥିଲା। ଦୀର୍ଘ ସମୟ ଧରି ଛିଡା ହେବା ପରେ ସେମାନଙ୍କୁ ନିରାଶ ହୋଇ ଘରକୁ ଫେରିବାକୁ ପଡିଥିଲା। ଏହାକୁ ନେଇ ସେମାନଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି।
ଚାଉଳିଆଗଞ୍ଜ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ନେବା ପାଇଁ ଲୋକଙ୍କ ଭିଡ ଲାଗିଥିଲା। ବର୍ତ୍ତମାନ ବେସରକାରୀ ଟିକାକେନ୍ଦ୍ରରେ ଟିକାଦାନ ବନ୍ଦ ରହିଛି। ହେଲେ ପଞ୍ଜୀକରଣ କରୁଥିବା ଲୋକମାନଙ୍କୁ ବେସରକାରୀ ଟିକାକେନ୍ଦ୍ରରେ ଟିକା ନେବା ପାଇଁ ମେସେଜ ଆସୁଛି। ଏଭଳି ଭାବେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଏବାବଦରେ କୋଭିଡ୍‌ ନୋଡାଲ ଅଧିକାରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ସିଟି ହସ୍ପିଟାଲରେ ଲୋକମାନେ କରୋନା ଗାଇଡ୍‌ଲାଇନ୍‌କୁ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସେଠାରେ ଲୋକମାନେ ସାମାଜିକ ଦୂରତା ରକ୍ଷା ନ କରି ଏକତ୍ରିତ ଛିଡା ହୋଇଥିଲେ। ଏପରି କି କେତେଜଣ ହାତରେ ମାସ୍କ ଧରି ଛିଡା ହୋଇଥିବା ଦେଖିବାକୁ ମିଳିଥିଲା। ଟିକାକେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ଦେଖାଦେଇଥିଲେ ମଧ୍ୟ ହସ୍ପିଟାଲରେ କୌଣସି ଅଧିକାରୀଙ୍କ ଦେଖା ମିଳି ନ ଥିଲା। ଏପରିକି ସିକ୍ୟୁରିଟି ଗାର୍ଡ କିମ୍ବା ପୋଲିସକୁ ମେଡିକାଲ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲା। ଏପରି ସ୍ଥଳେ ଲୋକେ ଟିକା ନେବା ପରିବର୍ତ୍ତେ କରୋନାରେ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି ବୋଲି ସେଠାରେ ଉପସ୍ଥିତ ଥିବା ଲୋକମାନେ ମତପ୍ରକାଶ କରିଛନ୍ତି। ଏ ନେଇ ସିଟି ହସ୍ପିଟାଲ ଅଧୀକ୍ଷକ ସୁଧାଂଶୁ ଗିରିଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri