ଅବସର ପରେ ମଧ୍ୟ ଅଫିସରଙ୍କ ନାମ ହଟୁନି

ବଇଣ୍ଡା,୫।୫(ଡି.ଏନ.ଏ.): ପୋଲିସ ଚାକିରିରୁ ଅବସର ନେବାର ବର୍ଷେ ପରେ ମଧ୍ୟ ଥାନାରେ ଲାଗିଥିବା ବୋର୍ଡରେ ଅଫିସରଙ୍କ ନାମ ଓ ଟେଲିଫୋନ ନମ୍ବର ହଟାଯାଉ ନାହିଁ। ଫଳରେ ଉକ୍ତ ଫୋନ ନମ୍ବରରେ ବାରମ୍ବାର ଫୋନ କରି ଜନସାଧାରଣ ନିରାଶ ହେଉଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବୋର୍ଡରୁ ଅବସରପ୍ରାପ୍ତ ଅଫିସରଙ୍କ ନାମ ହଟାଯାଉ ନ ଥିବାରୁ ଏ ନେଇ ଠାକୁରଗଡ଼ ଗ୍ରାମବାସୀ ମଙ୍ଗଳବାର ଅନୁଗୋଳ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେବ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ପାଉଛି। ଏପରିକି ଅନେକ ଅପରାଧ ଘଟୁଛି। ହେଲେ ଥାନା ବୋର୍ଡରୁ ପ ଅବସରପ୍ରପ୍ତ ଅଫିସରଙ୍କ ନାମ ଓ ଟେଲିଫୋନ ନମ୍ବର ହଟାଯାଇ ନାହିଁ କି ବର୍ତ୍ତମାନ କାର୍ଯ୍ୟରତ ଅଫିସରଙ୍କ ନାମ ଓ ନମ୍ବର ଦିଆଯାଇ ନାହିଁ। ଫଳରେ ବୋର୍ଡରେ ଥିବା ମୋବାଇଲ ନମ୍ବରକୁ ଯୋଗାଯୋଗ କଲେ ସମ୍ପୃକ୍ତ ଅଫିସର ଅବସର ଗ୍ରହଣ କଲେଣି ବୋଲି ସୂଚନା ମିଳୁଛି। ଥାନା କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟ ଯୋଗୁ ଅପରାଧ ରୋକିବାରେ ପୋଲିସ ସମ୍ପୂର୍ଣ୍ଣ ବିଫଳ ହୋଇଛି। ତୁରନ୍ତ ଫଳକରୁ ଅବସର ଗ୍ରହଣ କରିଥିବା ଅଧିକାରୀଙ୍କ ନାମ ଲିଭାଇ ନୂତନ ଅଧିକାରୀଙ୍କ ନାମ ଲେଖିବା, ପାଟ୍ରୋଲିଂ କଡାକଡି କରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ଠାକୁରଗଡ଼ ଆଇଆଇସି ପୀତାମ୍ବର ମଲ୍ଲିକ କହିଛନ୍ତି, ବୋର୍ଡରୁ ଅବସରପ୍ରାପ୍ତ ଅଫିସରଙ୍କ ନାମ ଲିଭାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri